Masthead

ଶ୍ରୀମନ୍ଦିର ଚାରିଦ୍ୱାର ଖୋଲିବା ନେଇ ତେଜୁଛି ଦାବି

ପୂରୀ(ବଡ଼ ଖବର ବ୍ୟୁରୋ):ପୁଣି ତେଜିଲା ଶ୍ରୀମନ୍ଦିର ଚାରିଦୁଆର ଖୋଲିବା ଦାବି। ଶ୍ରୀମନ୍ଦିର ଚାରି ଦୁଆର ଖୋଲିବା ସପକ୍ଷରେ କୋଟିକୋଟି ଜଗନ୍ନାଥ ପ୍ରେମୀଙ୍କ ସମେତ ସେବାୟତ, ବୁଦ୍ଧିଜୀବୀ ମାନେ ମତ ରଖିଥିବା ବେଳେ ଶ୍ରୀମନ୍ଦିରରେ ଶୃଙ୍ଖଳିତ ଦର୍ଶନ ତଥା ଚାରି ଦ୍ଵାରରେ ଭକ୍ତଙ୍କ ପ୍ରବେଶ କଟକଣା ଉଠାଇବା ପାଇଁ ଆଜି ଦକ୍ଷିଣଦ୍ଵାର ସମ୍ମୁଖରେ ପୁରୀ ଜିଲ୍ଲା କଂଗ୍ରେସ କମିଟି ତରଫରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି।

ଜିଲ୍ଲା କଂଗ୍ରେସର ସଦସ୍ୟ ମାନେ ଏଆଇସିସି ସଦସ୍ୟ ସୁଜିତ୍ ମହାପାତ୍ରଙ୍କ ନେତୃତ୍ୱରେ ଦକ୍ଷିଣଦ୍ୱାର ସମ୍ମୁଖରେ ଚାରିଦୁଆର ଯଥାଶୀଘ୍ର ଖୋଲିବା ନେଇ ଧାରଣା ଦେବାସହ ଧଷେଇ ପସିବାକୁ ଉଦ୍ୟମ କରିଥିଲେ। ମାତ୍ର ମୁତୟନ ଥିବା ପୋଲିସ କର୍ମଚାରୀ ମାନେ ସେମାନଙ୍କୁ ଅଟକାଇଥିଲେ। ତେବେ ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ଚାଲୁଥିବା ଆଳ ଦେଖାଇ ଚାରିଦୁଆର ବନ୍ଦ ରହିଥିବା ପ୍ରଶାସନ ପକ୍ଷରୁ ଦିଆଯାଇଥିବା ସ୍ପଷ୍ଟୀକରଣକୁ ଜିଲ୍ଲା କଂଗ୍ରେସ ସମ୍ପୂର୍ଣ୍ଣ ବିରୋଧ କରିବା ସହ ୫ଟି ସଚିବଙ୍କୁ ଏଥିପାଇଁ ସିଧାସଳଖ ଦାୟୀ କରିଥିଲେ।

କେବଳ ସିଂହଦ୍ଵାର ଦେଇ ଭକ୍ତଙ୍କୁ ପ୍ରବେଶ ଅନୁମତି ଥିବାବେଳେ ପୁରୀବାସୀଙ୍କ ପାଇଁ ପରିଚୟପତ୍ର ଯାଞ୍ଚ କରି ପଶ୍ଚିମଦ୍ୱାର ଦେଇ ଶ୍ରୀମନ୍ଦିର ଭିତରକୁ ଛଡାଯାଉଛି। ତେବେ ଖୁବଶୀଘ୍ର ଶ୍ରୀମନ୍ଦିର ଚାରିଦୁଆର ନଖୋଲିଲେ ଆଗାମୀ ଦିନରେ ଜିଲ୍ଲା କଂଗ୍ରେସ ଆନ୍ଦୋଳନକୁ ତୀବ୍ରତର କରିବ ବୋଲି ଚେତାବନୀ ଦେଇଛନ୍ତି । ଶ୍ରୀ ମନ୍ଦିର ଚତୁର୍ପାର୍ଶ୍ଵ ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ଚାଲିଥିବା ଯୋଗୁଁ ଦୁଇ ଦ୍ୱାର ବନ୍ଦ କରାଯାଇଛି ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ସରିଲେ ଏହା ଭକ୍ତ ମାନଙ୍କ ନିମନ୍ତେ ଖୋଲିବା ନେଇ ଅତରିକ୍ତ ଏସପି କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ