Masthead

ଆଜିଠୁ ରାଜ୍ୟରେ ୫ ଦିନ ବର୍ଷା ସମ୍ଭାବନା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଗୁରୁବାରଠୁ ରାଜ୍ୟରେ ୫ଦିନ ବର୍ଷା । ଘଡ଼ଘଡ଼ି ସହ ମଧ୍ୟମ ଧରଣର ବର୍ଷା ଏବଂ କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା । ଏନେଇ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଗୁରୁବାର ୨୦ ଜିଲ୍ଲାକୁ ଜାରି କରାଯାଇଛି ୟେଲୋ ୱାର୍ଣ୍ଣିଂ । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ନୂଆପଡ଼ା, ବଲାଙ୍ଗିର, ସୋନପୁର, ଖୋର୍ଦ୍ଧା ଏବଂ ପୁରୀ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି ।

ଏସବୁ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ରାଜଧାନୀ ଭୁବନେଶ୍ୱରରରେ ପାଗ କୋହଲା ରହିବା ସହ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଘଡ଼ଘଡ଼ି, ବିଜୁଳି ସହ ବର୍ଷା ହେବାର ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶକ କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ