Masthead

ଭିସୁଟରେ ନାହିଁ କରୋନା ଭୟ

ସମ୍ବଲପୁର (ବଡ଼ ଖବର ବ୍ୟୁରୋ): ଭିସୁଟରେ ନାହିଁ କରୋନା ଭୟ । ଭିସୁଟ ଛାତ୍ରଙ୍କ କରୋନା ରିପୋର୍ଟ ଭୁଲ ଥିଲା । ବୁର୍ଲା ସ୍ଥିତ ଭିସୁଟର କୌଣସି ଛାତ୍ର କରୋନାରେ ଆକ୍ରାନ୍ତ ହୋଇନାହାନ୍ତି । କିଟ ଖରାପ ଯୋଗୁଁ ସେମାନଙ୍କ ରିପୋର୍ଟ ପଜିଟିଭ ଆସିଥିଲା । ପୁର୍ବରୁ ଭିସୁଟରେ ୨୫ରୁ ଅଧିକ ଛାତ୍ରଙ୍କ ରିପୋର୍ଟ କରୋନା ପଜିଟିଭ୍ ଆସିଥିଲା । ଏନେଇ ସ୍ପଷ୍ଟୀକରଣ ରଖିଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ସଚିବ ପ୍ରଦୀପ୍ତ ମହାପାତ୍ର । ଭିସୁଟରେ କିଛି ଛାତ୍ରଙ୍କ ଆଣ୍ଟିଜେନ ଟେଷ୍ଟ କରାଯାଇଥିଲା ।

ସେଥିରେ ସେମାନଙ୍କର ରିପୋର୍ଟ ପଜିଟିଭ ଆସିଥିଲା । କିନ୍ତୁ ପରେ ଆରଟିପିସିଆର୍ ସମ୍ପୃକ୍ତ ଛାତ୍ରଙ୍କ ରିପୋର୍ଟ ପଜିଟିଭ ଆସିନାହିଁ । ପୂର୍ବରୁ ଟେଷ୍ଟ କରାଯାଇଥିବା କିଟ୍ ଖରାପ ଯୋଗୁଁ ରିପୋର୍ଟ ପଜିଟିଭ ଆସିଥିବା ସେ କହିଛନ୍ତି । ଫେବୃଆରୀ ୨୭ରେ ଭିସୁଟର କୋଟ ୨୫ ଜଣ ଛାତ୍ର କରୋନା ଆକ୍ରାନ୍ତ ହୋଇଥିବା ଖବର ସାମ୍ନାକୁ ଆସିଥିଲା । ଏହାପରେ ଜିଲ୍ଲା ପ୍ରଶାସନ ତତ୍ପରତା ଦେଖାଦେଇଥିଲା । ପରେ ୨୮ ତାରିଖରେ ଭିସୁଟକୁ ସଟଡ଼ାଉନ ଘୋଷଣା କରାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଏପଟେ ଶୀତ ଥରାଉଛି ସେପଟେ ଖରା ଜାଳୁଛି 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଏପଟେ ଶୀତ ଥରାଉଛି ସେପଟେ ଖରା ଜାଳୁଛି