Masthead

ଦଶହରାରେ ନାହିଁ ବର୍ଷାର ଭୟ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଏଥର ଦଶହରାରେ ବିଶେଷ ବର୍ଷା ନାହିଁ । ବାତ୍ୟା ହେବା ନେଇ ବିଶେଷଜ୍ଞମାନେ ଯେଉଁଭଳି ଆକଳନ କରିଥିଲେ ତାହା ମଧ୍ୟ ହେବାର ସମ୍ଭାବନା ନାହିଁ । ଦଶହରାରେ କେବଳ ଉପକୂଳ ଓଡ଼ିଶାର କେତେକ ସ୍ଥାନରେ କାଁ ଭାଁ ବର୍ଷା ହୋଇପାରେ। ପ୍ରବଳ ବର୍ଷା କିମ୍ବା ପବନର ସମ୍ଭାବନା ନାହିଁ। ଏମିତିକି ଆସନ୍ତା ୫ ଦିନ ପାଇଁ ଭାରତୀୟ ପାଣିପାଗ ବିଭାଗ ଯେଉଁ ଆକଳନ କରିଛି ସେଥିରେ ବାତ୍ୟାର କୌଣସି ବି ସୂଚନା ଦିଆଯାଇ ନାହିଁ।

ଯେଉଁଥିରୁ ସ୍ପଷ୍ଟ ଜଣାପଡ଼ୁଛି ଯେ ଏଥର ଦଶହରାରେ ବାତ୍ୟା ହେବା ନେଇ ଯେଉଁଭଳି ଆଗୁଆ ଗୁଜବ ସୃଷ୍ଟି କରାଯାଉଥିଲା ତାହା ଭୁଲ୍‌ ପ୍ରମାଣିତ ହୋଇଛି। ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ ଦଶହରାରେ ବାତ୍ୟା ହେବା ନେଇ ଆମ ପକ୍ଷରୁ କୌଣସି ପ୍ରକାର ସୂଚନା ଦିଆଯାଇ ନ ଥିଲା। ଏବେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ