Masthead

ମୋ ଭାଇ ଭଳି କେହି ନାହାନ୍ତି: କଙ୍ଗନା ରଣାୱତ

ମୁମ୍ବାଇ (ବଡ଼ ଖବର ବ୍ୟୁରୋ):  ବଲିଉଡ ଅଭିନେତ୍ରୀ କଙ୍ଗନା ରାନାୱତ ଅନେକ ପ୍ରସଙ୍ଗକୁ ନେଇ ନିଜର ବୟାନ ଦେବାକୁ କେବେବି ପଛଘୁଞ୍ଚା ଦିଅନ୍ତି ନାହିଁ। ସେ ଫିଲ୍ମ ହେଉ ଅବା ରାଜନୀତି ଅବା ଆଇନ ବ୍ୟବସ୍ଥା। ନିକଟରେ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଉପରେ ଖୁସି ହୋଇ କଙ୍ଗନା ତାଙ୍କୁ ଭାଇ ବୋଲି ସମ୍ବୋଧନ କରିଛନ୍ତି।

କଙ୍ଗନାଙ୍କ ଏହି ରିଆକ୍ସନ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଗୁରୁବାର ଉତ୍ତର ପ୍ରଦେଶର ରାଜନୈତିକ ଉତ୍ତେଜନା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ଉମେଶ ପାଲ ହତ୍ୟାକାଣ୍ଡର ଅଭିଯୁକ୍ତ ଅସଦ ଅହମ୍ମଦ ଓ ଗୁଲାମ ମହମଦ ଉତ୍ତର ପ୍ରଦେଶ ଏସଟିଏଫର ଏନକାଉଣ୍ଟରର ଶିକାର ହୋଇଥିଲେ। ହେଲେ ବଲିଉଡ ଅଭିନେତ୍ରୀ କଙ୍ଗନା ରାନାୱତ ସମ୍ପୂର୍ଣ୍ଣ ଭାବେ ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ସପକ୍ଷରେ ବୟାନ ଦେଇଛନ୍ତି।

କଙ୍ଗନା ତାଙ୍କ ଇନଷ୍ଟାଗ୍ରାମ ଷ୍ଟୋରୀରେ ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ଫଟୋ ଶେୟାର କରି ଲେଖିଛନ୍ତି, ‘ମୋ ଭାଇ ଭଳି କେହି ନାହିଁ, । ଆଉ ଏକ ଷ୍ଟୋରୀରେ କଙ୍ଗନା ଲେଖିଛନ୍ତି, ଗ୍ୟାଙ୍ଗଷ୍ଟର ସେହିମାନେ ନୁହେଁ ଯେମିତି ଫିଲ୍ମରେ ଦେଖାଯାଉଛି, ହତିଆର ରଖିଥିବା ସବୁବେଳେ ସିପାହୀ ହୋଇ ନ ଥାଏ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ