ଗାଁକୁ ରାସ୍ତା ନାହିଁ , ରୋଗୀଙ୍କୁ ବୋହିଲେ ଆମ୍ବୁଲାନ୍ସ କର୍ମଚାରୀ

ଘଷିପୁରା (ବଡ଼ ଖବର ବ୍ୟୁରୋ): ଗାଁକୁ ରାସ୍ତା ନଥିବାରୁ ଯାଇ ପାରିଲା ନାହିଁ ଆମ୍ବୁଲାନ୍ସ। ବାଧ୍ୟ ହୋଇ ରାତିରେ ଅସୁସ୍ଥ ମହିଳାଙ୍କୁ ୨ କିଲୋମିଟର ଦୂର ଖଟିଆରେ ବୋହିଲେ ଗ୍ରାମବାସୀ ଓ ଆମ୍ବୁଲାନସ୍ କର୍ମଚାରୀ। ଏଭଳି ଘଟଣା ଘଟିଛି କେନ୍ଦୁଝର ଜିଲ୍ଲା ଘସିପୁରା ବ୍ଳକ ସାମୁକାନେଣ୍ଡି ପଞ୍ଚାୟତ ନଟିଆ ଗାଁର ଜାମୁନ ସାହିରେ । ଗତକାଲି ରାତିରେ ଗାଁର ସରସ୍ଵତୀ ଦରାଇ ବାତ ରୋଗରେ ଗୁରୁତର ଅସୁସ୍ଥ ହୋଇ ପଡ଼ିବାରୁ ଆମ୍ବୁଲାନ୍ସକୁ ଖବର ଦେଇଥିଲେ ପରିବାର।

ହେଲେ ଗାଁକୁ ନିତିଦିନିଆ ରାସ୍ତା ନଥିବାରୁ ଗାଁଠୁ ୨ କିଲୋମିଟର ଦୂରରେ ଆମ୍ବୁଲାନ୍ସ ଅଟକି ରହିଥିଲା। ବାଧ୍ୟ ହୋଇ ପରିବାର ଲୋକଙ୍କ ସହ ଆମ୍ବୁଲାନ୍ସ କର୍ମଚାରୀ ମିଶି ଅସୁସ୍ଥ ମହିଳାଙ୍କୁ ଏକ ଖଟିଆରେ ଆମ୍ବୁଲାନ୍ସ ଯାଏ ୨ କିଲୋମିଟର ବାଟ ବୋହି ଆଣିଥିଲେ। ଅସୁସ୍ଥ ମହିଳାଙ୍କୁ ଆନନ୍ଦପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’