Masthead

ଗାଁକୁ ରାସ୍ତା ନାହିଁ , ରୋଗୀଙ୍କୁ ବୋହିଲେ ଆମ୍ବୁଲାନ୍ସ କର୍ମଚାରୀ

ଘଷିପୁରା (ବଡ଼ ଖବର ବ୍ୟୁରୋ): ଗାଁକୁ ରାସ୍ତା ନଥିବାରୁ ଯାଇ ପାରିଲା ନାହିଁ ଆମ୍ବୁଲାନ୍ସ। ବାଧ୍ୟ ହୋଇ ରାତିରେ ଅସୁସ୍ଥ ମହିଳାଙ୍କୁ ୨ କିଲୋମିଟର ଦୂର ଖଟିଆରେ ବୋହିଲେ ଗ୍ରାମବାସୀ ଓ ଆମ୍ବୁଲାନସ୍ କର୍ମଚାରୀ। ଏଭଳି ଘଟଣା ଘଟିଛି କେନ୍ଦୁଝର ଜିଲ୍ଲା ଘସିପୁରା ବ୍ଳକ ସାମୁକାନେଣ୍ଡି ପଞ୍ଚାୟତ ନଟିଆ ଗାଁର ଜାମୁନ ସାହିରେ । ଗତକାଲି ରାତିରେ ଗାଁର ସରସ୍ଵତୀ ଦରାଇ ବାତ ରୋଗରେ ଗୁରୁତର ଅସୁସ୍ଥ ହୋଇ ପଡ଼ିବାରୁ ଆମ୍ବୁଲାନ୍ସକୁ ଖବର ଦେଇଥିଲେ ପରିବାର।

ହେଲେ ଗାଁକୁ ନିତିଦିନିଆ ରାସ୍ତା ନଥିବାରୁ ଗାଁଠୁ ୨ କିଲୋମିଟର ଦୂରରେ ଆମ୍ବୁଲାନ୍ସ ଅଟକି ରହିଥିଲା। ବାଧ୍ୟ ହୋଇ ପରିବାର ଲୋକଙ୍କ ସହ ଆମ୍ବୁଲାନ୍ସ କର୍ମଚାରୀ ମିଶି ଅସୁସ୍ଥ ମହିଳାଙ୍କୁ ଏକ ଖଟିଆରେ ଆମ୍ବୁଲାନ୍ସ ଯାଏ ୨ କିଲୋମିଟର ବାଟ ବୋହି ଆଣିଥିଲେ। ଅସୁସ୍ଥ ମହିଳାଙ୍କୁ ଆନନ୍ଦପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର