ନକ୍ସଲ ବିରୋଧୀ ଅପରେସନରେ ଅବହେଳା ନହେବା ଦରକାର: ଅମିତ ଶାହ

ବିଜାପୁର (ବଡ଼ ଖବର ବ୍ୟୁରୋ): ଛତିଶଗଡ ବିଜାପୁରରେ ନକ୍ସଲ ମାନଙ୍କର ବର୍ବରକାଣ୍ଡ । ଏ ଘଟଣାର ଜବାବ ଦେବା ପାଇଁ ଗୃହମନ୍ତ୍ରୀ ଅମିତ ଶାହ ଏକ ଉଚ୍ଚସ୍ତରୀୟ ବୈଠକ କରିଛନ୍ତି । ବୈଠକରେ ନକ୍ସଲଙ୍କୁ ଦମନ କରିବା ପାଇଁ ଏକ ବଡ ଯୋଜନା କରାଯାଉଥିବା ସୂଚନା ମିଳିଛି । ବୈଠକରେ ଅମିତ ଶାହା କହିଛନ୍ତି ନକ୍ସଲ ବିରୋଧୀ ଅପରେସନରେ କୌଣସି ପ୍ରକାରର ଅବହେଳା ନହେବା ଦରକାର । ଏହି ନକ୍ସଲ ଆକ୍ରମଣ ଘଟଣାର ତଦନ୍ତ ଏନଆଇଏକୁ ଦିଆଯିବାର ସମ୍ଭାବନା ଅଛି । ଗୃହ ମନ୍ତ୍ରାଳୟର ବରିଷ୍ଠ ଅଧିକାରୀ ଏବଂ ସିଆରପିଏଫର ବରିଷ୍ଠ ଅଧିକାରୀଙ୍କ ସହିତ ଗୃହମନ୍ତ୍ରୀ ଏହି ଆଲୋଚନା କରିଛନ୍ତି ।

ଛତିଶଗଡ଼ ବିଜାପୁର ନକ୍ସଲ ଆକ୍ରମଣରେ ୨୩ ଜଣ ଯବାନଙ୍କ ମୃତ୍ୟୁ ହୋଇଛି । ପୂର୍ବରୁ ଏହି ଆକ୍ରମଣରେ ପାଞ୍ଚଜଣ ଯବାନ ସହିଦ ହୋଇଥିବା ଖବର ଆସିଥିଲା, କିନ୍ତୁ ପରେ ଏହି ସଂଖ୍ୟା ୨୩ ରେ ପହଞ୍ଚିଥିଲା ।ଏହି ଆକ୍ରମଣରେ ସମୁଦାୟ ୩୨ ଯବାନ ଆହତ ହୋଇଛନ୍ତି, ଯେଉଁଥିରେ ୨୫ ଯବାନ ବିଜାପୁର ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ଏଥି ସହ ଛତିଶଗଡ଼ ପୋଲିସ ମଧ୍ୟ ୯ ଜଣ ନକ୍ସଲଙ୍କୁ ହତ୍ୟା କରିଥିବା ଦାବି କରିଛି।

ଏଥିସହ ପୋଲିସ ଅଧିକାରୀଙ୍କ କହିବା ଅନୁଯାୟୀ ସୁରକ୍ଷା ବାହିନୀ ମଧ୍ୟ ମହିଳା ନକ୍ସଲଙ୍କ ମୃତଦେହକୁ ଘଟଣାସ୍ଥଳରୁ ଉଦ୍ଧାର କରିଛନ୍ତି। ଅନ୍ୟପକ୍ଷରେ, ନିଖୋଜ ଯବାନଙ୍କ ସନ୍ଧାନରେ ୬୦୦ ସୁରକ୍ଷାକର୍ମୀଙ୍କୁ ନିୟୋଜିତ କରାଯାଇଛି । ଏହି ଅଞ୍ଚଳ ନକ୍ସଲାଇଟ୍ ହିଡମାର ଗଡ଼ ଅଟେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ