Masthead

ବାଣ ଦୋକାନରେ ଲାଗିଲା ଭୟଙ୍କର ନିଆଁ

ଚେନ୍ନାଇ(ବଡ଼ ଖବର ବ୍ୟୁରୋ):  ତାମିଲନାଡୁର କଲ୍ଲାକୁରିଚି ଜିଲ୍ଲାର ଶଙ୍କପୁରମରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ବାଣ ଦେକାନରେ ନିଆଁ ଲାଗି ୫ ଜଣଙ୍କର ମୃତ୍ୟୁ ହୋଇଛି । ତେବେ ମୃତକଙ୍କ ମଧ୍ୟରେ ଦୋକାନର ମାଲିକ ଓ ତାଙ୍କର କର୍ମଚାରୀ ଥିବା ଜଣାପଡିଛି । ଏହି ଘଟଣାରେ ଆହୁରି ୧୦ ଜଣ ପୋଡି ଯାଇଛନ୍ତି ।

ସେମାନଙ୍କ ଅବସ୍ଥା ଗୁରୁତର ରହିଥିବା ସୂଚନା ମିଳିଛି । ସମସ୍ତଙ୍କୁ କଲ୍ଲାକୁରିଚି ସ୍ଥିତ ସରକରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ତେବେ ନିଆଁ କେମିତି ଲାଗିଲା ତାହା ଏ ଯାଏଁ ଜଣାପଡିନାହିଁ । ଦୋକାନରେ ନିଆଁ ଲାଗିବା ପରେ ସେଠାରେ ବିଷ୍ଫୋରଣ ହୋଇ ଆଖପାଖରେ ଥିବା ଦୋକାନ ଗୁଡିକରେ ନିଆଁ ଲାଗି ଯାଇଥିଲା । ନିଆଁରେ ଅନ୍ୟମାନେ ଆଘାତ ହୋଇଥିବା ମଧ୍ୟ ଜଣାପଡିଛି । ତେବେ ତାମିଲନାଡୁର ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ