Masthead

ମେ’ ମାସରେ ଗୋଟିଏ ଜିଲ୍ଲାରୁ ୮ହଜାର ଶିଶୁ କରୋନା ଆକ୍ରାନ୍ତ

ମୁମ୍ବାଇ(ବଡ଼ ଖବର ବ୍ୟୁରୋ): କରୋନା ମହାରାଷ୍ଟ୍ରରେ ଆତଙ୍କ ଖେଳାଇ ଚାଲିଛି । କେବଳ ମେ’ରେ ଗୋଟିଏ ଜିଲ୍ଲାରେ ୮ହଜାରରୁ ଅଧିକ ଶିଶୁ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ଅହମେଦ୍ନଗର ଜିଲ୍ଲାରେ ହଜାର ହଜାର ଶିଶୁ କରୋନାରେ ଆକ୍ରାନ୍ତ ହେବା ପରେ ରାଜ୍ୟ ସରକାରଙ୍କ ଚିନ୍ତା ବଢିଯାଇଛି । କରୋନାର ତୃତୀୟ ଲହରରେ ଶିଶୁ ଅଧିକ ଆକ୍ରାନ୍ତ ହେବାର ଆଶଙ୍କା ଥିବାରୁ ରାଜ୍ୟ ସରକାର ତ୍ୱରିତ ପଦକ୍ଷେପ ଗ୍ରହଣ କରିଛନ୍ତି । ସଙ୍ଗଲି ସହରରେ ପିଲାଙ୍କ ପାଇଁ ସ୍ୱତନ୍ତ୍ର କୋଭିଡ୍ ହସ୍ପିଟାଲ ଖେଶଲିବା ପାଇଁ ରାଜ୍ୟ ସରକାର ଆବଶ୍ୟକ ପଦକ୍ଷେପ ଗ୍ରହଣ କରିଛନ୍ତି । ତୃତୀୟ ଲହର ଆସିବା ପୂର୍ବରୁ ଏହି ହସ୍ପିଟାଲକୁ ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ କରାଯିବ ।

ସ୍ଥାନୀୟ କର୍ପୋରେଟର ଅଭିଜିତ୍ ଭୋସଲେ କହିଛନ୍ତି, ପିଲାମାନେ ଯେପରି ଅନୁଭବ କରିବେ କରିବେ ନାହିଁ, ସେମାନେ ହସ୍ପିଟାଲରେ ଅଛନ୍ତି । ଅନୁଭବ କରିବେ ଯେପରି ସ୍କୁଲ କିମ୍ବା ନର୍ସରୀରେ ଅଛନ୍ତି । ଅହମେଦନଗର ଜିଲ୍ଲାପାଳ ରାଜେନ୍ଦ୍ର ଭୋସଲେ ଓ ସ୍ଥାନୀୟ ବିଧାୟକ ସଂଗ୍ରମା ଜଗତାପ କହିଛନ୍ତି, କରୋନାର ଦ୍ୱିତୀୟ ଲହର ସମୟରେ ଜିଲ୍ଲାରେ ବେଡ ଓ ଅକ୍ସିଜେନ୍ ସମସ୍ୟା ଲାଗିରହିଥିଲା । ତୃତୀୟ ଲହରରେ ଯେପରି ଏହି ସମସ୍ୟା ନରହେ ସେଥିପ୍ରତି ଧ୍ୟାନ ଦିଆଯାଉଛି । ବିଶେଷଜ୍ଞମାନେ କହିଛନ୍ତି କରୋନାର ତୃତୀୟ ଲହର ଜୁଲାଇ ଶେଷ କିମ୍ବା ଅଗଷ୍ଟ ପ୍ରଥମ ସପ୍ତାହରେ ହିଟ୍ କରିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା