Masthead

ମେ’ ମାସରେ ଗୋଟିଏ ଜିଲ୍ଲାରୁ ୮ହଜାର ଶିଶୁ କରୋନା ଆକ୍ରାନ୍ତ

ମୁମ୍ବାଇ(ବଡ଼ ଖବର ବ୍ୟୁରୋ): କରୋନା ମହାରାଷ୍ଟ୍ରରେ ଆତଙ୍କ ଖେଳାଇ ଚାଲିଛି । କେବଳ ମେ’ରେ ଗୋଟିଏ ଜିଲ୍ଲାରେ ୮ହଜାରରୁ ଅଧିକ ଶିଶୁ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ଅହମେଦ୍ନଗର ଜିଲ୍ଲାରେ ହଜାର ହଜାର ଶିଶୁ କରୋନାରେ ଆକ୍ରାନ୍ତ ହେବା ପରେ ରାଜ୍ୟ ସରକାରଙ୍କ ଚିନ୍ତା ବଢିଯାଇଛି । କରୋନାର ତୃତୀୟ ଲହରରେ ଶିଶୁ ଅଧିକ ଆକ୍ରାନ୍ତ ହେବାର ଆଶଙ୍କା ଥିବାରୁ ରାଜ୍ୟ ସରକାର ତ୍ୱରିତ ପଦକ୍ଷେପ ଗ୍ରହଣ କରିଛନ୍ତି । ସଙ୍ଗଲି ସହରରେ ପିଲାଙ୍କ ପାଇଁ ସ୍ୱତନ୍ତ୍ର କୋଭିଡ୍ ହସ୍ପିଟାଲ ଖେଶଲିବା ପାଇଁ ରାଜ୍ୟ ସରକାର ଆବଶ୍ୟକ ପଦକ୍ଷେପ ଗ୍ରହଣ କରିଛନ୍ତି । ତୃତୀୟ ଲହର ଆସିବା ପୂର୍ବରୁ ଏହି ହସ୍ପିଟାଲକୁ ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ କରାଯିବ ।

ସ୍ଥାନୀୟ କର୍ପୋରେଟର ଅଭିଜିତ୍ ଭୋସଲେ କହିଛନ୍ତି, ପିଲାମାନେ ଯେପରି ଅନୁଭବ କରିବେ କରିବେ ନାହିଁ, ସେମାନେ ହସ୍ପିଟାଲରେ ଅଛନ୍ତି । ଅନୁଭବ କରିବେ ଯେପରି ସ୍କୁଲ କିମ୍ବା ନର୍ସରୀରେ ଅଛନ୍ତି । ଅହମେଦନଗର ଜିଲ୍ଲାପାଳ ରାଜେନ୍ଦ୍ର ଭୋସଲେ ଓ ସ୍ଥାନୀୟ ବିଧାୟକ ସଂଗ୍ରମା ଜଗତାପ କହିଛନ୍ତି, କରୋନାର ଦ୍ୱିତୀୟ ଲହର ସମୟରେ ଜିଲ୍ଲାରେ ବେଡ ଓ ଅକ୍ସିଜେନ୍ ସମସ୍ୟା ଲାଗିରହିଥିଲା । ତୃତୀୟ ଲହରରେ ଯେପରି ଏହି ସମସ୍ୟା ନରହେ ସେଥିପ୍ରତି ଧ୍ୟାନ ଦିଆଯାଉଛି । ବିଶେଷଜ୍ଞମାନେ କହିଛନ୍ତି କରୋନାର ତୃତୀୟ ଲହର ଜୁଲାଇ ଶେଷ କିମ୍ବା ଅଗଷ୍ଟ ପ୍ରଥମ ସପ୍ତାହରେ ହିଟ୍ କରିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପୁଣି ୧ନଂ ହାଟରେ ନିଆଁ 🔴 ୨୮ରେ ମିଳିବ ସୁଭଦ୍ରା ଟଙ୍କା 🔴 ଗଛ ମୂଳେ ଚାଲିଛି କୁନି କୁନି ଶିଶୁଙ୍କ ଭବିଷ୍ୟତ 🔴 ବିଶିଷ୍ଟ ସଙ୍ଗୀତଜ୍ଞ ପ୍ରଣବ ପଟ୍ଟନାୟକଙ୍କ ପରଲୋକ 🔴 ଭିଜିଲାନ୍ସର ଖୋଳତାଡ଼, ଫସିବେ ବାବୁ 🔴 ସ୍ୱାମୀ ଲକ୍ଷଣାନନ୍ଦଙ୍କ ଜନ୍ମମାଟିରେ ମୁଖ୍ୟମନ୍ତ୍ରୀ 🔴 ପୁଣି ବଢ଼ିବ ବର୍ଷା! 🔴 ବୈତରଣୀ ପାୱାର ପ୍ରୋଜେକ୍ଟକୁ ନୋଟିସ୍‌ 🔴 ଆକ୍ସନ ମୋଡରେ ପୋଲିସ, ଭାଙ୍ଗିଲା ଅଟୋ ଷ୍ଟାଣ୍ଡ 🔴 ମାଷ୍ଟରକ୍ୟାଣ୍ଟିନ ହିଂସାରେ ୧୧୩ ଗିରଫ, ରଦ୍ଦ ହେବ ଲାଇସେନ୍ସ! 🔴 ପୁଣି ୧ନଂ ହାଟରେ ନିଆଁ 🔴 ୨୮ରେ ମିଳିବ ସୁଭଦ୍ରା ଟଙ୍କା 🔴 ଗଛ ମୂଳେ ଚାଲିଛି କୁନି କୁନି ଶିଶୁଙ୍କ ଭବିଷ୍ୟତ 🔴 ବିଶିଷ୍ଟ ସଙ୍ଗୀତଜ୍ଞ ପ୍ରଣବ ପଟ୍ଟନାୟକଙ୍କ ପରଲୋକ 🔴 ଭିଜିଲାନ୍ସର ଖୋଳତାଡ଼, ଫସିବେ ବାବୁ 🔴 ସ୍ୱାମୀ ଲକ୍ଷଣାନନ୍ଦଙ୍କ ଜନ୍ମମାଟିରେ ମୁଖ୍ୟମନ୍ତ୍ରୀ 🔴 ପୁଣି ବଢ଼ିବ ବର୍ଷା! 🔴 ବୈତରଣୀ ପାୱାର ପ୍ରୋଜେକ୍ଟକୁ ନୋଟିସ୍‌ 🔴 ଆକ୍ସନ ମୋଡରେ ପୋଲିସ, ଭାଙ୍ଗିଲା ଅଟୋ ଷ୍ଟାଣ୍ଡ 🔴 ମାଷ୍ଟରକ୍ୟାଣ୍ଟିନ ହିଂସାରେ ୧୧୩ ଗିରଫ, ରଦ୍ଦ ହେବ ଲାଇସେନ୍ସ!