Masthead

ବାହାଘର ହେବ, ଭୋଜି ହେବନି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଲକଡାଉନର ଦ୍ୱିତୀୟ ପର୍ଯ୍ୟାୟ କଟକଣାକୁ ସରକାର ଜୋରଦାର କରିଛନ୍ତି । ବିବାହ, ବ୍ରତ ଓ ଅନ୍ତ୍ୟେଷ୍ଟି କ୍ରିୟାରେ ଥିବା କଟକଣା ସବୁଠାରୁ ଅଧିକ । ପୂର୍ବରୁ ବିବାହ, ବ୍ରତ ପାଇଁ ୫୦ଜଣଙ୍କୁ ଅନୁମତି ଥିଲା । କିନ୍ତୁ ଦ୍ୱିତୀୟ ପର୍ଯ୍ୟାୟ ଲକଡାଉନରେ ୫୦ ପରିବର୍ତ୍ତେ କେବଳ ୨୫ଜଣ ଲୋକ ଭାଗନେଇପାରିବେ । ଏ ସବୁ କାର୍ଯ୍ୟରେ ଭୋଜିଭାତକୁ ସମ୍ପୂର୍ଣ୍ଣ ବାରଣ କରାଯାଇଛି ।
ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ ସର୍ବନିମ୍ନ କର୍ମଚାରୀରେ ଚାଲିବ । ସ୍ୱାସ୍ଥ୍ୟସେବା, କୃଷି କାର୍ଯ୍ୟ, ନିର୍ମାଣ କାର୍ଯ୍ୟ, ଶ୍ରମିକ ପରିବହନ, ଅତ୍ୟାବଶ୍ୟକ ସାମଗ୍ରୀ ପରିବହନ ଆଦି ପୂର୍ବପରି ଚାଲୁରହିବ । ଯେଉଁସବୁ କାର୍ଯ୍ୟରେ ପୂର୍ବରୁ କଟକଣା ଲଗାଯାଇଥିଲା, ତାହା ଦ୍ୱିତୀୟ ପର୍ଯ୍ୟାୟ ଲକଡାଉନରେ ବଳବତ୍ତର ରହିବ ବୋଲି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କହିଛନ୍ତି । ନିହାତି ଆବଶ୍ୟକ ନଥିଲେ କେହି ବାହାରକୁ ନବାହାରିବା ପାଇଁ ମୁଖ୍ୟ ଶାସନ ସଚିବ ଅନୁରୋଧ କରିଛନ୍ତି । ନିୟମ ଉଳ୍ଲଘଂନକାରୀଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ ସତର୍କ କରାଇ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ