Before Header

୫ ଜିଲ୍ଲାରେ ପ୍ରବଳ ବର୍ଷିବ

0 33

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ତଥା ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ରହିଛି ଲଘୁଚାପ ବଳୟ । ଯାହା ଦ୍ୱାରା ଶନିବାର ଦିନ ଉପକୂଳ ସମେତ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ହୋଇଛି। ଏହାର ପ୍ରଭାବରେ ଆସନ୍ତା ୧୯ ତାରିଖ ଯାଏ ବର୍ଷା ଜାରି ରହିବ । ଯାହା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।

ଆସନ୍ତାକାଲି ୧୭ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ ଓ ଯାଜପୁର ଆଦି ୫ ଜିଲ୍ଲାରେ ପ୍ରବଳ ବର୍ଷା ଏବଂ କେନ୍ଦ୍ରାପଡ଼ାଦ, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଅନୁଗୁଳ ଓ ଢେଙ୍କାନାଳ ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ଥିବାରୁ ଏହି ୧୬ଟି ଜିଲ୍ଲାରେ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

Leave A Reply

Your email address will not be published.