Masthead

ରାଜ୍ୟରେ ଲାଗୁ ହେବନି ଡେ କର୍ଫ୍ୟୁ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ଗଣମାଧ୍ୟମକୁ ସୂଚନା ଦେଇଥିଲେ। ଆଗକୁ ଦିନ ବେଳେ କର୍ଫ୍ୟୁ ଲାଗୁ ହୋଇପାରେ ବୋଲି କହିଥିଲେ। ତେବେ ଲକଡାଉନ ଓ କର୍ଫ୍ୟୁ ଲାଗୁ ସମ୍ପର୍କରେ ଚର୍ଚ୍ଚା ଲାଗି ରହିଥିବା ବେଳେ ଏନେଇ ସ୍ପଷ୍ଟ କରିଛନ୍ତି ସ୍ୱତନ୍ତ୍ର ରିଲଫ୍ କମିଶନର ପ୍ରଦୀପ କୁମାର ଜେନା। ସେ କହିଛନ୍ତି ରାଜ୍ୟରେ ଡେ କର୍ଫ୍ୟୁ ଲାଗୁ ହେବ ନାହଁ । ରାଜ୍ୟରେ ଏବେ କରୋନା ସ୍ଥିତି ନିୟନ୍ତ୍ରଣରେ ରହିଛି। ସରକାର ପରିସ୍ଥିତି ଉପରେ ତୀକ୍ଷ୍ଣ ନଜର ରଖିଛନ୍ତି। ବର୍ତ୍ତମାନ ସ୍ଥିତିରେ ଡେ କର୍ଫ୍ୟୁ ନେଇ କୌଣସି ଯୋଜନା ନାହିଁ। ସମସ୍ତେ କୋଭିଡ୍ ନିୟମ ମାନି ଚଳିବାକୁ ସେ ପରାମର୍ଶ ଦେଇଛନ୍ତି।

ଅନ୍ୟପଟେ ସଂକ୍ରମଣ ବଢୁଥିବା ଦେଖି ରାଜ୍ୟ ସରକାର ୧୦ଟି ଜିଲ୍ଲାରେ ନାଇଟ୍ କର୍ଫ୍ୟୁ ଲାଗୁ କରିବାକୁ ଗତକାଲି ନିର୍ଦ୍ଦେଶ ଦେଇଥିଲା। ଏପ୍ରିଲ୍ ୫ ତାରିଖରୁ ଅର୍ଥାତ୍ ସୋମବାର ଠାରୁ ଏହାକୁ ଲାଗୁ କରାଯିବ। ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ଏହି କଟକଣା ଲାଗୁ ହେବ। ଏହି ସବୁ ଜିଲ୍ଲା ଗୁଡ଼ିକରେ ରାତି ୧୦ଟାରୁ ସକାଳ ୫ଟା ଯାଏଁ ନାଇଟ୍ କର୍ଫ୍ୟୁ ଲାଗୁ କରିବାକୁ କୁହାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ