Masthead

ରାଜ୍ୟରେ ହେବ ହଜାରେ ଏସିରୁମ: ରଣେନ୍ଦ୍ର ପତାପ ସ୍ୱାଇଁ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଶୀତଳ ଭଣ୍ଡାରକୁ ନେଇ ଗୃହରେ କଂଗ୍ରେସ ଉଦବେଗ । ସରକାରଙ୍କୁ କରିଛନ୍ତି ଟାର୍ଗେଟ କଲେ ବିରୋଧୀ। ରାଜ୍ୟ ହେଉଛି ଚାଷୀ ବହୁଳ ଅଞ୍ଚଳ। ପନିପରିବା ଭର୍ତ୍ତି କିନ୍ତୁ ଶୀତଳ ଭଣ୍ଡାର ନଥିବାରୁ ଲୋକଙ୍କ ଉତ୍ପାଦିତ ଶସ୍ୟ ନଷ୍ଟ ହେଉଛି। ଯେଉଁ ଅଞ୍ଚଳ ବହୁଳ ଚାଷ ହେଉଛି ସେଠାରେ ଶୀତଳ ଭଣ୍ଡାର ବନାଇବାକୁ ଦାବି କରିବା ସହ ଇଛୁକ ଯୁବ ପୀଢ଼ିଙ୍କୁ ସରକାର ଭଣ୍ଡାର ବନାଇବାକୁ ଅନୁମତି ଦିଅନ୍ତୁ । ରାଜ୍ୟରେ ୩୬ଗୋଟି ଶୀତଳ ଭଣ୍ଡାର କାର୍ଯ୍ୟକାରୀ ହେଉଛି। ରାଜ୍ୟରେ ମୋଟ ୯୭ଟି ଶୀତଳ ଭଣ୍ଡାର ଅଛି ।

ସେପଟେ ବନ୍ଦ ପଡ଼ି ଥିବା ଶୀତଳ ଭଣ୍ଡାର କାର୍ଯ୍ୟ କରିବା ପାଇଁ ଯେତିକି ଅର୍ଥ ଖର୍ଚ୍ଚ ହେବ ସେଥିରେ ନୂତନ ଭଣ୍ଡାର ବାନଯାଇ ପାରିବା ନେଇ ଗୃହରେ ଉତ୍ତର ରଖିଛନ୍ତି ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ଵାଇଁ। ରାଜ୍ୟରେ ୯୭ ଟି ଶୀତଳ ଭଣ୍ଡାର ଅଚଳ ହୋଇ ପଡ଼ିଥିବା ବେଳେ ୩୬ ଟି ସଚଳ ରହିଛି । ଅଚଳ ହୋଇ ପଡ଼ିଥିବା ଶୀତଳ ଭଣ୍ଡାରକୁ ସଚଳ କରିବା ସମ୍ଭବ ନୁହେଁ । କାରଣ ଅଚଳକୁ ସଚଳ କରିବା ବ୍ୟୟ ବହୁଳ । ସେହି ଟଙ୍କାରେ ନୂଆ ଶୀତଳ ଭଣ୍ଡାର ହୋଇ ପାରିବ । ରାଜ୍ୟରେ ଶୀତଳ ଭଣ୍ଡାରର ଅଭାବକୁ ଦୂର କରିବା ପାଇଁ ୧୦୦୦ ଟି ଶୀତଳି କରଣ ଗୃହ (ଏସିରୁମ) ନିର୍ମାଣ କରିବା ପାଇଁ ସରକାର ଯୋଜନା କରିଛନ୍ତି ।

ଯାହା କି ସୌର ଚାଳିତ ଯନ୍ତ୍ରାଂଶ ଦ୍ୱାରା ଚାଲିବ । ଏହାକୁ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଓ ସ୍ୱୟଂ ସହାୟକ ଗୋଷ୍ଠୀଙ୍କ ପରିଚାଳନାରେ ଚାଲିବ ବୋଲି ବିଧାନସଭାରେ ଉତ୍ତର ରଖିଛନ୍ତି କୃଷି ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ । ରାଜ୍ୟର କ୍ଷୁଦ୍ର ଓ ନାମ ମାତ୍ର ଚାଷୀ ମାନଙ୍କୁ ୭୦ ପ୍ରତିଶତ ରିହାତିରେ ସବଜି କୁଲର ଯୋଗାଇ ଦେବେ ରାଜ୍ୟ ସରକାର । ଯେଉଁଥିରେ ଚାଷୀ ମାନେ ତାଙ୍କ ଅମଳ ପନି ପରିବା କିଛି ଦିନ ପର୍ଯ୍ୟନ୍ତ ରଖି ପାରିବେ। ଏହାକୁ ଏପ୍ରିଲ ୧ ରୁ ଆରମ୍ଭ କରାଯିବ ବୋଲି ବିଧାନସଭା ରେ ସୂଚନା ଦେଇଛନ୍ତି କୃଷି ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ