Masthead

୬ଲୋକସଭା, ୪୨ ବିଧାନସଭା ଆସନରେ ଚାଲିଛି ଭୋଟିଂ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ତୃତୀୟ ମତଦାନ । ସକାଳ ୭ରୁ ଭୋଟ୍ ଗ୍ରହଣ ଆରମ୍ଭ ହୋଇଛି । ଏହା ପୂର୍ବରୁ ବିଭିନ୍ନ ସ୍ଥାନରେ ମକ୍ ପୋଲିଂ ହୋଇଛି । ଭୋଟ୍ ଦେବା ଲାଗି ସକାଳୁ ସକାଳୁ ବୁଥମାନଙ୍କରେ ଭୋଟରମାନେ ଭିଡ଼ ଲଗାଇଛନ୍ତି । ଆଜି ୬ ଲୋକସଭା ଆସନ କଟକ, ଭୁବନେଶ୍ୱର, ପୁରୀ, ଢେଙ୍କାନାଳ, କେନ୍ଦୁଝର ଏବଂ ସମ୍ବଲପୁର ସମେତ ଏହା ଅଧୀନରେ ଥିବା ୪୨ ବିଧାନସଭା ଆସନ ପାଇଁ ଭୋଟ ଗ୍ରହଣ ହେଉଛି । ୬ ସଂସଦୀୟ କ୍ଷେତ୍ର ପାଇଁ ରଣାଙ୍ଗନରେ ଅଛନ୍ତି ୬୪ ପ୍ରାର୍ଥୀ । ଏମାନଙ୍କ ମଧ୍ୟରୁ ୫୫ ଜଣ ପୁରୁଷ ଓ ୯ ଜଣ ମହିଳା ପ୍ରାର୍ଥୀ ଅଛନ୍ତି। ସେହିପରି ୪୨ ବିଧାନସଭା ଆସନରେ ଭାଗ୍ୟ ପରୀକ୍ଷା କରୁଛନ୍ତି ୩୮୩ ପ୍ରାର୍ଥୀ ।

ଏମାନଙ୍କ ମଧ୍ୟରୁ ୩୩୯ ଜଣ ପୁରୁଷ ଏବଂ ୪୪ ଜଣ ମହିଳା ପ୍ରାର୍ଥୀ ଅଛନ୍ତି। ୬ ସଂସଦୀୟ କ୍ଷେତ୍ରରେ ମୋଟ ୯୪ ଲକ୍ଷ ୪୮ ହଜାର ୫୫୩ ଭୋଟର ମତାଧିକାର ସାବ୍ୟସ୍ତ କରିବେ । ଏମାନଙ୍କ ମଧ୍ୟରେ ୪୮ ଲକ୍ଷ ୨୯ ହଜାର ୬୬୦ ପୁରୁଷ, ୪୬ ଲକ୍ଷ ୧୭ ହଜାର ୬୦୨ ମହିଳା ଏବଂ ୧ ହଜାର ୨୯୧ ତୃତୀୟ ଲିଙ୍ଗୀ ଭୋଟର ଅଛନ୍ତି । ଏହି ପର୍ୟ୍ୟାୟରେ ୨ ଲକ୍ଷ ୩୭ ହଜାର ୧୩୧ ଜଣ ପ୍ରଥମ ଭୋଟର ଥିବା ବେଳେ ୧୮ ଲକ୍ଷ ୪୫ ହଜାର ୫୦୩ ଜଣ ଯୁବ ମତଦାତା ଅଛନ୍ତି । ଏହି ପର୍ୟ୍ୟାୟରେ ମୋଟ ୧୦ ହଜାର ୫୫୧ ବୁଥ୍ କରାଯାଇଛି । ଏଥିରୁ ୨୦ ପ୍ରତିଶତ ବୁଥ୍ ସମ୍ବେଦନଶୀଳ ରହିଛି । ୧୫ ଶହ ବୁଥ୍ ସଂପୂର୍ଣ୍ଣ ଭାବେ ମହିଳା କର୍ମଚାରୀଙ୍କ ଦ୍ବାରା ପରିଚାଳିତ ହେଉଥିବା ବେଳେ ୩୦ଟି ବୁଥ୍ ସଂପୂର୍ଣ୍ଣ ଭାବେ ଦିବ୍ୟାଙ୍ଗ କର୍ମଚାରୀଙ୍କ ଦ୍ବାରା ପରିଚାଳିତ ହେଉଛି । ଏହି ପର୍ୟ୍ୟାୟରେ ୨ ହଜାର ମଡେଲ୍ ବୁଥ୍ କରାଯାଇଛି । ନିର୍ବାଚନ ପରିଚାଳନା ଲାଗି ୭୦ ହଜାର ପୋଲିଂ କର୍ମଚାରୀ ନିୟୋଜିତ ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା