Masthead

ପ୍ରକାଶ ପାଇଲା ତୃତୀୟ ପର୍ଯ୍ୟାୟ ଭୋଟ୍‌ ବିଜ୍ଞପ୍ତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଓଡ଼ିଶାର ୩ୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜି ପ୍ରକାଶ ପାଇଲା ବିଧିବଦ୍ଧ ବିଜ୍ଞପ୍ତି । ଏହି ପର୍ଯ୍ୟାୟରେ ରାଜ୍ୟର ୬ଟି ଲୋକସଭା କ୍ଷେତ୍ର ଏବଂ ଏହାର ଅନ୍ତର୍ଗତ ୪୨ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ନାମାଙ୍କନ ଦାଖଲ ପ୍ରକ୍ରିୟା ଚାଲିବ। ଏହି ପର୍ଯ୍ୟାୟରେ ସମ୍ବଲପୁର, କେନ୍ଦୁଝର, ଢେଙ୍କାନାଳ, କଟକ, ପୁରୀ ଓ ଭୁବନେଶ୍ୱର ଲୋକ ସଭା କ୍ଷେତ୍ର ପାଇଁ ନାମାଙ୍କନ ଦାଖଲ ପ୍ରକ୍ରିୟା ଆରମ୍ଭ ହେବ। ଆସନ୍ତା ୬ ତାରିଖ ହେଉଛି ନାମାଙ୍କନ ଦାଖଲର ଶେଷ ସମୟ। ଏହି ପର୍ଯ୍ୟାୟରେ ମୋଟ୍‌ ୪୮ ଲକ୍ଷ ୨୬ ହଜାର ୩୭୫ ଜଣ ପୁରୁଷ ଏବଂ ୪୬ ଲକ୍ଷ ୧୪ ହଜାର ୧୩୪ ଜଣ ମହିଳା ଭୋଟର ଭୋଟ ଦେବେ। ଆସନ୍ତା ୭ ତାରିଖରେ ପ୍ରାର୍ଥତ୍ପତ୍ର ଯାଞ୍ଚ, ୯ ତାରିଖ ସୁଦ୍ଧା ନାମାଙ୍କନ ପ୍ରତ୍ୟାହାରର ଶେଷ ସମୟ ରହିଛି। ସେହିପରି ଏହି ପର୍ଯ୍ୟାୟ ଲାଗି ଆସନ୍ତା ମେ ୨୫ ତାରିଖରେ ଭୋଟ ହେବାକୁ ଥିବାବେଳେ ଜୁନ ୪ ତାରିଖରେ ଭୋଟ୍‌ ଗଣତି ପାଇଁ ସମୟ ଧାର୍ୟ୍ୟ କରାଯାଇଛି।

ତେବେ ତୃତୀୟ ପର୍ଯ୍ୟାୟ ଭୋଟ ଲାଗି ସୋମବାରଠାରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଉଥିବା ବେଳେ ଏଯାଏ ୩ ଦଳ କିଛି ଆସନରେ ପ୍ରାର୍ଥୀ ଦେଇନାହାନ୍ତି। ୩ୟ ପର୍ଯ୍ୟାୟରେ ହେବାକୁ ଥିବା ପାଲଲହଡା ଏବଂ ବାରବାଟୀ-କଟକ ବିଧାନସଭା ଆସନରେ କଂଗ୍ରେସ ଏପର୍ୟ୍ୟନ୍ତ ପ୍ରାର୍ଥୀ ଘୋଷଣା କରିନାହିଁ। ସେହିପରି ବିଜେପି ସର୍ବାଧିକ ୩ଟି ଆସନ ଘସିପୁରା, ବେଗୁନିଆ ଏବଂ ବାରବାଟୀ-କଟକ ବିଧାନସଭା ଆସନ ଯେଉଁଠି ୩ୟ ପର୍ଯ୍ୟାୟ ରେ ଭୋଟ୍‌ ହେବାକୁ ଯାଉଛି ସେଠାରେ ଏଯାଏଁ ପ୍ରାର୍ଥୀ କାହାକୁ କରିବ ସେନେଇ ଘୋଷଣା କରିପାରୁ ନାହିଁ। ପ୍ରାର୍ଥୀ ଘୋଷଣାରେ ସବୁଠାରୁ ଆଗରେ ଥିବା ବିଜେଡି ଏହି ପର୍ଯ୍ୟାୟରେ ହେବାକୁ ଥିବା ଗୋଟିଏ ଆସନ ଖଣ୍ଡପଡା ପାଇଁ ପ୍ରାର୍ଥୀ ଘୋଷଣା କରିପାରି ନାହିଁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ