Masthead

ଆଜି ଆସିବ ସୁଭଦ୍ରା ଟଙ୍କା; ମହିଳାଙ୍କ ଆକାଉଣ୍ଟକୁ ଯିବ ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଆଜି ଆସିବ ସୁଭଦ୍ରା ପ୍ରଥମ କିସ୍ତିର ତୃତୀୟ ଦଫା ଟଙ୍କା। ପ୍ରଥମ କିସ୍ତିରୁ ବାଦ୍ ପଡ଼ିଥିବା ୨୫ ପ୍ରତିଶତ ମହିଳାଙ୍କୁ ମିଳିବ ‘ସୁଭଦ୍ରା’ ଟଙ୍କା । ‘ସୁଭଦ୍ରା’ ଯୋଜନାରୁ ବାଦ୍ ପଡ଼ିଥିବା ହିତାଧିକାରୀଙ୍କ ପାଇଁ ଖୁସି ଖବର। ସେମାନଙ୍କ ମଧ୍ୟରୁ ୨୫ ପ୍ରତିଶତ ମହିଳାଙ୍କର ଯାଞ୍ଚ ପରେ ସଂଶୋଧନ ସରିଛି। ଆଜି ପାଖାପାଖି ୨୦ ଲକ୍ଷ ହିତାଧିକାରୀଙ୍କୁ ‘ସୁଭଦ୍ରା’ ଯୋଜନାର ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା ମିଳିବ। ସୁନ୍ଦରଗଡ଼ରୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହି ଟଙ୍କା ବାଣ୍ଟିବେ । ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇ କହିଛନ୍ତି,  ୨ ଲକ୍ଷ ୬୭ ହଜାର ବାଦ୍ ପଡ଼ିଥିବା ହିତାଧିକାରୀଙ୍କ ତାଲିକା ବ୍ଳକରେ ପହଞ୍ଚିଛି। ବ୍ଳକରେ ଏ ନେଇ ସମୀକ୍ଷା ସରିଛି। ପ୍ରାୟ ୨୫ ପ୍ରତିଶତ ସଂଶୋଧନ ହୋଇଯାଇଛି ।

ବାକି ଜମି ସମସ୍ୟା ଯୋଗୁଁ ଯେଉଁମାନଙ୍କ ନାମ ତାଲିକାରେ ନାହିଁ, ତାଙ୍କ ନାଁରେ ଜମି ନାହିଁ । କିନ୍ତୁ ସେମାନେ ଧାନ ବିକିଛନ୍ତି । ଏହି ବିବାଦରେ ସରଜମିନ ଯାଞ୍ଚ୍ କରାଯିବ । ସେମାନେ ଡିସେମ୍ବରରେ ସୁଭଦ୍ରା ଟଙ୍କା ପାଇବେ। ଆଉ ୫ ଲକ୍ଷଙ୍କର କିଛି କିଛି ଅସୁବିଧା ରହିଛି, ତାହା ସମାଧାନ ହୋଇନାହିଁ । ସେମାନେ ଆଜି ଟଙ୍କା ପାଇବେ ନାହିଁ । ସେମାନଙ୍କର ଆକାଉଣ୍ଟ ସହ ଆଧାର ଲିଙ୍କ୍ ରେ ସମସ୍ୟା ରହିଥିବା ଉପମୁଖ୍ୟମନ୍ତ୍ରୀ କହିଛନ୍ତି । ଏହି ସବୁ ସଂଶୋଧନ ହେବା ପରେ ସେମାନେ ସାମିଲ ହୋଇପାରିବେ। ଏହାର ସମାଧାନ ହେବା ପରେ ବାଦ୍ ତାଲିକାରେ ଥିବା ଆଉ ୫ ଲକ୍ଷରୁ ଅଧିକ ଯୋଗ୍ୟ ମହିଳାମାନେ ଡିସେମ୍ବରରେ ଅର୍ଥ ରାଶି ପାଇପାରିବେ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି। ସୁଭଦ୍ରା ଯୋଜନା ସମ୍ପର୍କରେ ସଚେତନତା ସୃଷ୍ଟି କରିବା ଲାଗି ସରକାରୀ ଅଧିକାରୀ ଘରକୁ ଘର ଯିବେ। ବାଦ ପଡ଼ିଥିବା ହିତାଧିକାରୀଙ୍କୁ ସାମିଲ କରିବା ପର୍ଯ୍ୟନ୍ତ ପ୍ରକ୍ରିୟା ଜାରି ରହିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’