Masthead

କୁମ୍ଭମେଳାରୁ ଫେରିଥିବା ୧୩ଜଣ ପଜିଟିଭ

କଟକ (ବଡ଼ ଖବର ବ୍ୟୁରୋ): ଚିନ୍ତା ବଢାଇଲେଣି କୁମ୍ଭମେଳା ଫେରନ୍ତା । କୁମ୍ଭମେଳାରୁ କଟକ ଫେରିଥିବା ୧୩ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । କଟକ ଷ୍ଟେସନରେ କରାଯାଇଥିବା ଆରଟିପିସିଆର ଟେଷ୍ଟରେ ଆଜି ୧୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ନେଇ ସିମଏମସି ପକ୍ଷରୁ ସୂଚନା ଦିଆଯାଇଛି ।

ଗତକାଲି ମଧ୍ୟ କୁମ୍ଭମେଳରୁ ଫେରିଥିବା ୩୦ଜଣଙ୍କର ଟେଷ୍ଟ କରାଯାଇଥିଲା । ସେମାନଙ୍କ ମଧ୍ୟରୁ ୧୩ଜଣ ପଜିଟିଭ ଵିହ୍ନଟ ହୋଇଥିଲେ । ଆଜି ପୁଣି ୧୩ ପଜିଟିଭି ଚିହ୍ନଟ ହେବାପରେ ସିଏମସିର ଚିନ୍ତା ବଢିଯାଇଛି । ସମସ୍ତ ଆକ୍ରାନ୍ତଙ୍କୁ ବର୍ତ୍ତମାନ ଆଇସୋଲେସନରେ ଲଖାଯାଇଛି ।

କୁମ୍ଭମେଳାରୁ ଫେରିଥିବା ସମସ୍ତ ବ୍ୟକ୍ତିଙ୍କୁ କ୍ଵାରେଣ୍ଟିନରେ ରହିବା ପାଇଁ ନିର୍ଦ୍ଦେଶ ଦେଇଥିଲେ ଏସଆରସି । ଏହାପରେ କୁମ୍ଭମେଳାରୁ ଫେରୁଥିବା ସମସ୍ତ ବ୍ୟକ୍ତିଙ୍କର ଆରଟିପିସିଆର ଟେଷ୍ଟ କରିବା ପାଇଁ ସିଏମସି ପକ୍ଷରୁ କଟକ ଷ୍ଟେସନରେ ସ୍ଵତନ୍ତ୍ର ବ୍ୟବସ୍ଥା କରାଯାଇଛି । ଏହାବାଦ ଯେଉଁମାନେ ବି ରାଜ୍ୟ ବାହାରୁ ଫେରୁଛନ୍ତି ସେମାନଙ୍କ ପାଇଁ ୭୨ଘଣ୍ଟାର ନେଗେଟିଭ ରିପୋର୍ଟ ବାଧ୍ୟତା ମୂଳକ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ