Masthead

ପୁରୀରେ ପହଞ୍ଚିଲା ଫାସୀ କାଠ

ପୁରୀ (ବଡ଼ ଖବର ବ୍ୟୁରୋ): ଚଳିତବର୍ଷ ରଥଯାତ୍ରା ପାଇଁ ପ୍ରସ୍ତୁତ ଶ୍ରୀମନ୍ଦିର ପ୍ରଶାସନ । ନୟାଗଡ ବନଖଣ୍ଡରୁ ଆଜି ତୃତୀୟ ପର୍ଯ୍ୟାୟରେ ରଥକାଠ ବୋଝେଇ ଗୋଟିଏ ଟ୍ରକ ପୁରୀରେ ଆସି ପହଞ୍ଚିଛି। ଏଥିରେ ସମୁଦାୟ ୧୩ଟି ଫାସୀ କାଠ ରହିଛି। ଚଳିତବର୍ଷ ରଥଯାତ୍ରା ପାଇଁ ମୋଟ ୮୬୫ ଖଣ୍ଡ କାଠ ଆବଶ୍ୟକ । ପୂର୍ବ ବର୍ଷର ୬୯ ଖଣ୍ଡ କାଠ ବଳକା ରହିଛି। ତେଣୁ ଚଳିତ ରଥଯାତ୍ରା ପାଇଁ ୭୯୬ ଖଣ୍ଡ କାଠର ଆବଶ୍ୟକତା ରହିଛି।

୭୯୬ଖଣ୍ଡରୁ ଆଜି ମୋଟ ୬୨ଖଣ୍ଡ ପୁରୀରେ ପହଂଚିଥିବା ବେଳେ ବଳକା ୭୩୪ ଖଣ୍ଡ କାଠ ପର୍ଯ୍ୟାୟକ୍ରମେ ଆସି ପହଞ୍ଚିବ । ତେବେ ଗତ ସରସ୍ୱତୀ ପୂଜା ଦିନ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ସମ୍ମୁଖରେ ତିନୋଟି କାଠକୁ ପାରମ୍ପରିକ ବିଧିରେ ପୂଜାର୍ଚ୍ଚନା କରାଯାଇଥିଲା । ଆସନ୍ତା ଅକ୍ଷୟ ତୃତୀୟା ଦିନ ତିନିରଥ ନିର୍ମାଣର ଶୁଭାରମ୍ଭ ହେବାର ବିଧି ରହିଛି। ତିନିରଥ ନିର୍ମାଣ ପାଇଁ ପରମ୍ପରା ଅନୁଯାୟୀ ଆସନ୍ତା ୨୧ ଶ୍ରୀରାମ ନବମୀଠାରୁ କଟକସ୍ଥିତ ଖପୁରିଆ କରତକଳରେ ରଥକାଠ ଚିରଟ ପ୍ରକ୍ରିୟା ଆରମ୍ଭ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ