Masthead

ଏଥର ହେବନି କଂସ ରାଜୁତି

ବରଗଡ଼(ବଡ଼ ଖବର ବ୍ୟୁରୋ): ଏଥର ଶୁଭିବନି ମହାରାଜ କଂସଙ୍କ ଅଟ୍ଟହାସ୍ୟ । କରୋନା ପାଇଁ ବାତିଲ ହେଲା ବିଶ୍ୱର ସବୁଠୁ ବଡ଼ ମୁ୍କ୍ତାକାଶ ରଙ୍ଗମଞ୍ଚାଚଳିତବର୍ଷ ହେବନି ବିଶ୍ୱ ପ୍ରସିଦ୍ଧ ଧନୁଯାତ୍ରା । କରୋନା ମହାମାରୀ ପାଇଁ ବନ୍ଦ ରହିଲା ଧନୁଯାତ୍ରା । ଜିଲ୍ଲାପାଳଙ୍କ ସହ ଧନୁଯାତ୍ରା କମିଟି ସଦସ୍ୟଙ୍କ ଆଲୋଚନା ପରେ ପ୍ରଶାସନ ନିଷ୍ପତ୍ତି ନେଇଛି । ଆଜି ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଧନୁଯାତ୍ରା ନେଇ ବୈଠକ ବସିଥିଲା । କଟକଣାକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନେଇଛି ଜିଲ୍ଲା ପ୍ରଶାସନ ।

ଧନୁଯାତ୍ରା କମିଟି ସଭାପତି ତଥା ବରଗଡ ଜିଲ୍ଲାପାଳ ଜ୍ୟୋତିରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହୋଇଥିଲା । ବୈଠକରେ ବରଗଡ ଉପଜିଲ୍ଲାପାଳ , ଏଡିଏମ , ତଥା ଧନୁଯାତ୍ରା ମହୋତ୍ସବ ସମିତିର ସଦସ୍ୟ ଉପସ୍ଥିତ ଥିଲେ । ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚର ମାନ୍ୟତା ପାଇଥିବା ଏହି ଯାତ୍ରା ପ୍ରାୟ ୭ କିଲୋମିଟର ପରିଧି ଭିନ୍ନ ଭିନ୍ନ ସ୍ଥାନରେ ୧୭ଟି ମଞ୍ଚରେ ଅନୁଷ୍ଠିତ ହୋଇଥାଏ । ହରିବଂଶ ପୁରାଣର କଂସ ବଦ୍ଧ ଅଧ୍ୟାୟ ଆଧାରରେତ ୧୯୪୭ ମସିହାରୁ ଏହି ଯାତ୍ରା ଆୟୋଜିତ ହୋଇଆସୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ