Masthead

ବିକୃତ ମୂର୍ତ୍ତି ନିର୍ମାଣ କଲେ ଧରିବ ପୋଲିସ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଗକୁ ଗଣେଶ ପୂଜା । ଚଳଚଞ୍ଚଳ ପୁରଠୁ ପଲ୍ଲୀ । ମୂର୍ତ୍ତି ନିର୍ମାଣରେ ଲାଗିଛନ୍ତି କାରିଗର । ବିଭିନ୍ନ ଡିଜାଇନର ମୂର୍ତ୍ତି ତିଆରୀ କରୁଛନ୍ତି । ତେବେ ଏବେ ସାମ୍ନାକୁ ଆସିଛି ବଡ଼ ଖବର । ଏଣିକି ଗଣେଶଙ୍କ ବିକୃତ ମୂର୍ତ୍ତି ନିର୍ମାଣ କଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ। କଟକରେ ଗଣେଶ ପୂଜା ପ୍ରସ୍ତୁତି ବୈଠକରେ କିଛି ଏଭଳି ସୂଚନା ଦେଇଛନ୍ତି ପୋଲିସ୍ କମିଶନର ସଞ୍ଜୀବ ପଣ୍ଡା। କଟକ ସାରଳା ଭବନରେ କମିଶନରେଟ ପୋଲିସ ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି ବୈଠକ ସରିଛି।

ଶାନ୍ତି କମିଟି, ମହାନଗର ପୂଜା କମିଟି ଏବଂ ବିଭିନ୍ନ କର୍ମକର୍ତ୍ତାଙ୍କୁ ନେଇ ଆଲୋଚନା ହୋଇଛି। ଚଳିତ ପୂଜାରେ ଗଣେଶ ମୂର୍ତ୍ତି ଯେପରି ବିକୃତ ନହୁଏ ସେଥିପ୍ରତି ଗୁରୁତ୍ୱ ଦିଆଯିବ ବୋଲି କହିଛନ୍ତି ପୋଲିସ କମିଶନର। ଯଦି କୌଣସି କ୍ଲବ କିମ୍ବା ଅନୁଷ୍ଠାନ ମୂର୍ତ୍ତି କୁ ବିକୃତ କରନ୍ତି ତେବେ ତାଙ୍କ ବିରୋଧରେ କାର୍ୟ୍ୟାନୁଷ୍ଠାନ ହେବ ବୋଲି ଦୋହରାଇଛନ୍ତି। ତାସହ ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ଶଦ୍ଦ ପ୍ରଦୂଷଣ ଯେପରି ନ ହେବ, ସାଉଣ୍ଡ ଲିମିଟ ଅନୁଯାୟୀ ବକ୍ସ ବଜାଇବେ ବୋଲି କହିଛନ୍ତି ପୋଲିସ୍ କମିଶନର୍।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ