ଜନ୍ତରମନ୍ତରରେ ଆନ୍ଦୋଳନସ୍ଥଳକୁ ଯାଇ ସମର୍ଥନ ଜଣାଇବେ ହଜାର ହଜାର କୃଷକ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ଦିଲ୍ଲୀ ଜନ୍ତରମନ୍ତରରେ ଜାରି ରହିଛି କୁସ୍ତି ଯୋଦ୍ଧାଙ୍କ ଧାରଣା । ଯୌନ ନିର୍ଯାତନା ଅଭିଯୋଗରେ ଭାରତୀୟ କୁସ୍ତି ମହାସଂଘର ମୁଖ୍ୟ ବ୍ରିଜଭୂଷଣ ସିଂହଙ୍କ ବିରୋଧରେ ଖେଳାଳିମାନେ ବିକ୍ଷୋଭ ପ୍ରଦର୍ଶନ କରୁଛନ୍ତି । ଖେଳାଳିମାନଙ୍କ ପ୍ରତି ଦେଶର ଅନ୍ତର୍ଜାତୀୟ କୁସ୍ତି ଖେଳାଳିଙ୍କ ସମର୍ଥନ ବୃଦ୍ଧି ପାଇବାରେ ଲାଗିଛି । ସେହିପରି ନୀରଜ ଚୋପ୍ରା, ପୂର୍ବତନ କ୍ରିକେଟର କପିଳ ଦେବଙ୍କ ସହ ଅନେକ କ୍ରୀଡ଼ାବିତ ଧାରଣାରତ କୁସ୍ତି ଖେଳାଳିଙ୍କ ପ୍ରତି ସମର୍ଥନ ବ୍ୟକ୍ତ କରିଛନ୍ତି । ଆଉ ଏବେ କୁସ୍ତିଯୋଦ୍ଧାଙ୍କୁ ସମର୍ଥନ ଜଣାଇ ହଜାର ହଜାର କୃଷକ ଆସନ୍ତା ୭ରେ ଜନ୍ତରମନ୍ତରରେ ପହଞ୍ଚିବେ।

ସଂଯୁକ୍ତ କୃଷକ ମୋର୍ଚ୍ଚା (ଏସକେଏମ) ବ୍ୟାନରରେ କୃଷକମାନେ ମହିଳା କୁସ୍ତିଯୋଦ୍ଧାଙ୍କ ସମର୍ଥନରେ ଜାତୀୟ ସ୍ତରରେ ଆନ୍ଦୋଳନ ଓ ପ୍ରତିବାଦ କାର୍ଯ୍ୟକ୍ରମ ଘୋଷଣା କରିଛନ୍ତି। ମେ’ ୭ ତାରିଖରେ ପଞ୍ଜାବ, ହରିୟାଣା, ଦିଲ୍ଲୀ ଏବଂ ପଶ୍ଚିମ ଉତ୍ତରପ୍ରଦେଶର ସଂଯୁକ୍ତ କୃଷକ ମୋର୍ଚ୍ଚାର ଅନେକ ବରିଷ୍ଠ ନେତା ଶତାଧିକ କୃଷକଙ୍କ ସହ ଜନ୍ତରମନ୍ତରରେ ଆନ୍ଦୋଳନ ସ୍ଥଳକୁ ଯାଇ କୁସ୍ତିଯୋଦ୍ଧାମାନଙ୍କୁ ସମର୍ଥନ ଜଣାଇବେ। ଏସ୍‌କେଏମ୍‌ ନେତାମାନେ ଦିଲ୍ଲୀ ପୁଲିସ କମିଶନର, କେନ୍ଦ୍ର କ୍ରୀଡ଼ାମନ୍ତ୍ରୀ, କେନ୍ଦ୍ର ଗୃହମନ୍ତ୍ରୀଙ୍କ ନିକଟକୁ ଏକ ପ୍ରତିନିଧି ଦଳ ସହ ଯିବେ ଏବଂ ବ୍ରିଜଭୂଷଣ ସିଂହଙ୍କୁ ଗିରଫ କରିବାକୁ ଦାବି କରିବେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!