Masthead

ରାମମନ୍ଦିର ଉଡ଼ାଇଦେବାକୁ ଧମକ, ୩ ଅଟକ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଅଯୋଧ୍ୟା ରାମମନ୍ଦିର ଉଡ଼ାଇଦେବାକୁ ଧମକ ଦେଇଥିବା ଅଭିଯୋଗରେ ୩ ଅଟକ । ବେଆଇନ ଘୋଷିତ ପପୁଲାର ଫ୍ରଣ୍ଟ ଅଫ୍‌ ଇଣ୍ଡିଆ ବା ପିଏଫ୍‌ଆଇର ୩ ଜଣ ସନ୍ଦିଗ୍ଧଙ୍କୁ ଜାତୀୟ ତଦନ୍ତକାରୀ ସଂସ୍ଥା ବିହାରର ମୋତିହାରି ଜିଲାରେ ଅଟକ ରଖିଛି। ଏନ୍‌ଆଇଏ ଏବଂ ବିହାର ପୋଲିସ ଜିଲାର କୌନଓ୍ବାନ ଗାଁରେ ମିଳିତ ଚଢ଼ାଉ କରିଥିଲେ।ଅଭିଯୁକ୍ତମାନଙ୍କୁ ଏନ୍‌ଆଇଏ ଏବଂ ଅନ୍ୟ କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା ଜେରା କରୁଛନ୍ତି।
ଜାନୁୟାରୀ ୩୧ରେ ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହୋଇଥିଲା। ଫେସ୍‌ବୁକ୍‌ରେ ଉସ୍‌ମାନ ନାମକ ଜଣେ ବ୍ୟକ୍ତି ରାମମନ୍ଦିରକୁ ଉଡାଇଦେବା ସହ ସେଠାରେ ବାବ୍ରୀ ମସ୍‌ଜିଦ ନିର୍ମାଣ କରିବାକୁ ଧମକ ଦେଇଥିଲେ। ଏହି ଭିଡିଓ ଭାଇରାଲ ପରେ ଏନ୍‌ଆଇଏ ପକ୍ଷରୁ ଚଢ଼ାଉ ଜାରି ରହିଛି। ରାମଲାଲାଙ୍କ ମୂର୍ତ୍ତି ନିର୍ମାଣ ଲାଗି ନେପାଳରୁ ଅଯୋଧ୍ୟାକୁ ଦେବଶିଳା ଯାତ୍ରା ବେଳେ ସୋସିଆଲ ମିଡିଆରେ ଭିଡିଓ ଭାଇରାଲ ହୋଇଥିଲା।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନେପାଳ ପ୍ରଳୟଙ୍କରୀ ବନ୍ୟା, ଗଲାଣି ୧୬୫ ଜୀବନ 🔴 ଆଜି ପବିତ୍ର ରାକ୍ଷୀ ପୂର୍ଣ୍ଣିମା 🔴 ସୁଦ୍ଧକ୍ରିୟା ପାଇଁ ଆସି ଭାସିଗଲେ 🔴 ମାଟି ତଳୁ ମାଓ ସାମଗ୍ରୀ ଜବତ 🔴 ‘ଶ୍ରୀଜଗନ୍ନାଥଙ୍କୁ ବିକୃତ ପ୍ରଦର୍ଶନ ଶାସ୍ତ୍ର ବିରୋଧୀ’ 🔴 ମେଡିକାଲରୁ ଫେରାର ମାରିଲା ଅଭିଯୁକ୍ତ 🔴 ୨୪ ଘଣ୍ଟା ଭିତରେ ବର୍ଷା ସମ୍ଭାବନା 🔴 ସେପ୍ଟେମ୍ବର ୨୨ରୁ ମୌସୁମୀ ଅଧିବେଶନ 🔴 ପାହାଳ ମିଠା ଦୋକାନରେ ବଡ଼ ଧରଣର ରେଡ୍!,ଚାଲିଛି ଜୋରଦାର ଯାଞ୍ଚ 🔴 ପାକିସ୍ତାନ ସୀମା ନିକଟରେ ଗର୍ଜିବ ଆମେରିକୀୟ F35 !, ‘ତରଙ୍ଗ ଶକ୍ତି ୨୦୨୬’ରେ ଦେଖାଇବ ଦମ୍ 🔴 ନେପାଳ ପ୍ରଳୟଙ୍କରୀ ବନ୍ୟା, ଗଲାଣି ୧୬୫ ଜୀବନ 🔴 ଆଜି ପବିତ୍ର ରାକ୍ଷୀ ପୂର୍ଣ୍ଣିମା 🔴 ସୁଦ୍ଧକ୍ରିୟା ପାଇଁ ଆସି ଭାସିଗଲେ 🔴 ମାଟି ତଳୁ ମାଓ ସାମଗ୍ରୀ ଜବତ 🔴 ‘ଶ୍ରୀଜଗନ୍ନାଥଙ୍କୁ ବିକୃତ ପ୍ରଦର୍ଶନ ଶାସ୍ତ୍ର ବିରୋଧୀ’ 🔴 ମେଡିକାଲରୁ ଫେରାର ମାରିଲା ଅଭିଯୁକ୍ତ 🔴 ୨୪ ଘଣ୍ଟା ଭିତରେ ବର୍ଷା ସମ୍ଭାବନା 🔴 ସେପ୍ଟେମ୍ବର ୨୨ରୁ ମୌସୁମୀ ଅଧିବେଶନ 🔴 ପାହାଳ ମିଠା ଦୋକାନରେ ବଡ଼ ଧରଣର ରେଡ୍!,ଚାଲିଛି ଜୋରଦାର ଯାଞ୍ଚ 🔴 ପାକିସ୍ତାନ ସୀମା ନିକଟରେ ଗର୍ଜିବ ଆମେରିକୀୟ F35 !, ‘ତରଙ୍ଗ ଶକ୍ତି ୨୦୨୬’ରେ ଦେଖାଇବ ଦମ୍