Masthead

ଯୋଗୀଙ୍କୁ ଜୀବନରୁ ମାରିଦେବାକୁ ଧମକ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପୁଣି ଯୋଗୀଙ୍କୁ ହତ୍ୟା ଧମକ । ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ପୁଣି ହତ୍ୟା ଧମକ। ଏକ ଅଜଣା ବ୍ୟକ୍ତି ୧୧୨ ନମ୍ବରରେ ମେସେଜ କରି ଏହି ଧମକ ଦେଇଛନ୍ତି । ଯାହା ପରେ ଉତ୍ତେଜନା ଦେଖାଦେଇଛି। ମୁଖ୍ୟମନ୍ତ୍ରୀଙ୍କୁ ଧମକ ମିଳିବା ପରେ ସୁରକ୍ଷା ଏଜେନ୍ସିମାନଙ୍କୁ ସତର୍କ କରାଯାଇଛି ।

ଏହାର ତଦନ୍ତ ଆରମ୍ଭ ହୋଇଛି। ଅନ୍ୟପଟେ ଏଟିଏସ୍ ଏହି ଘଟଣାରେ ସମସ୍ତ ଏଜେନ୍ସିକୁ ସତର୍କ ସୂଚନା ପଠାଇ ଦେଇଛି । ସୂଚନା ଅନୁସାରେ ଏପ୍ରିଲ ୨୩ ତାରିଖ ରାତି ୮ଟା ୨୨ ମିନିଟରେ ଏକ ଧମକପୂର୍ଣ୍ଣ ମେସେଜ୍ ଆସିଥିଲା । ଏହି ମେସେଜରେ କୁହାଯାଇଥିଲା, ସିଏମ୍ ଯୋଗୀଙ୍କୁ ଖୁବଶୀଘ୍ର ଜୀବନରୁ ମାରିଦେବି ।

ତେବେ ଯୋଗୀଙ୍କୁ ଏହି ହତ୍ୟା ଧମକ ମିଳିବା ପରେ ସମସ୍ତ ଯାଞ୍ଚ ଏଜେନ୍ସି ଆଲର୍ଟ ହେବା ସହିତ ସତର୍କ ହୋଇପଡିଛନ୍ତି । ଏହା ପ୍ରଥମ ଘଟଣା ନୁହେଁ । ପୁର୍ବରୁ ତାଙ୍କୁ ଅନେକ ଥର ଧମକ ଦିଆଯାଇଛି। ଏପରିକି ଏକ ସପ୍ତାହ ପୂର୍ବରୁ ଫେସବୁକ ମାଧ୍ୟମରେ ତାଙ୍କୁ ହତ୍ୟା ଧମକ ଦିଆଯାଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ