Masthead

ଯବାନଙ୍କ ଗୁଳିରେ ଟଳିଲେ ୩ ମହିଳା ମାଓବାଦୀ

ମାଲକାନଗିରି (ବଡ଼ ଖବର ବ୍ୟୁରୋ): ମାଲକାନଗିରି ଜିଲା ସୀମାନ୍ତବର୍ତ୍ତୀ ଛତିଶଗଡ଼ ଦନ୍ତେୱାଡ଼ା ଜିଲାରେ ଯବାନଙ୍କ ଗୁଳିରେ ତିନି ଜଣ ମହିଳା ମାଓବାଦୀଙ୍କ ମୃତ୍ୟ ଘଟିଛି। ଅଦିବଲ ଓ କୁଞ୍ଜରସ ଜଙ୍ଗଲରେ ସୋମବାର ପୋଲିସର କୁମ୍ବିଙ୍ଗ ଅପରେସନ ଚାଲୁଥିବା ସମୟରେ ମାଓବାଦୀ ଓ ଯବାନ ମୁହାଁମୁହିଁ ହେଇଥିଲେ । ସେଠାରେ ଉଭୟଙ୍କ ମଧ୍ୟରେ ଗୁଳି ବିନିମୟରେ ପରେ ପୋଲିସ ସର୍ଚ୍ଚ ଅପରେସନରେ ତିନି ଜଣ ମହିଳା ମାଓବାଦୀଙ୍କ ମୃତ ଦେହ ସମେତ ବିସ୍ପୋରକ, ବନ୍ଧୁକ ଓ ମାଓ ବ୍ୟବହୃତ ସାମଗ୍ରୀ ଜବତ କରାଯାଇଛି ।

ମୃତ ମାଓବାଦୀମାନେ ହେଲେ କଟକଲ୍ୟାଣ ମାଓ ସଂଗଠନର ସଦସ୍ୟ ରାଜେ ମୁଚାକି । ତାଙ୍କ ନାମରେ ୫ ଲକ୍ଷ ଟଙ୍କାର ପୁରସ୍କାର ରହିଥିଲା । ସେହିପରି କେ ଏ ଏମ ସି ସଂଗଠନର ମୁଖ୍ୟ ଗୀତା ମାର୍କମ ଓ ସି ଏନ ଏମ ମାଓବାଦୀ ସଂଗଠନର ମୁଖ୍ୟ ଜ୍ୟୋତି ରୂପ ଉଭୟଙ୍କ ନାମରେ ୫ ଲକ୍ଷ ଟଙ୍କାର ପୁରସ୍କାର ଘୋଷଣା କରାଯାଇଥିଲା। ସଂପ୍ରତି ପୁଲିସ ପକ୍ଷରୁ ଏହି ଅଂଚଳରେ ହାଇ ଆଲର୍ଟ ଜାରି କରାଯାଇ କୁମ୍ବିଙ୍ଗ ଜୋରଦାର କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା