Masthead

ଗୋଟିଏ ଦିନରେ ୩ ସାମ୍ବାଦିକ ମୃତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କରୋନା ସ୍ଥିତି ବେଳକୁ ବେଳ ସଙ୍ଗୀନ ହେବାରେ ଲାଗିଛି । ରାଜ୍ୟରେ ସଂକ୍ରମଣ ଓ ମୃତ୍ୟୁ ସଂଖ୍ୟା ବଢିଚାଲିଛି । କରୋନାରେ ଆଜି ରାଜ୍ୟର ୩ଜଣ ବରିଷ୍ଠ ସାମ୍ବାିକଙ୍କ ମୃତ୍ୟୁ ହୋଇଛି । କଳାହାଣ୍ଡି ଜିଲ୍ଲାର ପ୍ରତିଭାବନ ସାମ୍ବାଦିକ ଭାନୁପ୍ରକାଶ ରଥ । ସେ ଦୀର୍ଘଦିନ ଧରି ଦୂରଦର୍ଶନ ଓ ଅ ଇଣ୍ଡିଆ ରେଡ଼ିଓ ରେ ଆଙ୍କର ଭାବରେ କାମ କରି ଆସୁଥିଲେ। ଏପ୍ରିଲ ୧୩ରେ ତାଙ୍କର ପଜିିଟିଭ ଆସିଥିଲା । ଅଧିକ ଚିକିତ୍ସା ପାଇଁ ସେ ବିଶାଖାପାଟଣାର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି। ।

କରୋନା ସଂକ୍ରମଣରେ ପ୍ରାଣ ହରାଇଥିବା ଆଉ ଜଣେ ସାମ୍ବାଦିକ ହେଉଛନ୍ତି ସମ୍ବଲପୁରର ବରିଷ୍ଠ ସାମ୍ବାଦିକ ମାନସ ରଂଜନ ଜୟପୁରୀଆ । ସମ୍ବଲପୁରର ଏକ ଘରୋଇ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ସେ ନୂଆଦିଲ୍ଲୀ ସ୍ଥିତ ଜି ମିଡ଼ିଆରେ କାମ କରୁଥିବା ବେଳେ ଅସୁସ୍ଥ ହୋଇପଡିଥିଲେ । ପରେ ସେ ସମ୍ବଲପୁର ଫେରି ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ ।

କେନ୍ଦୁଝର ଜିଲ୍ଲା ସାହାରପଡା ବ୍ଲକର ଦୁଧନାଳି ଗ୍ରାମର ଯୁବ ସାମ୍ବାଦିକ ରମେଶସେନ୍ ମୁଣ୍ଡାଙ୍କ ପରଲୋକ । ବୁଧବାର ବିଳମ୍ବିତ ରାତିରେ କରଞ୍ଜିଆ ଉପଖଣ୍ଡ ଚିକିତ୍ସାଳୟରେ ତାଙ୍କର ମୃତ୍ୟୁ ଘଟିଛି। ରମେଶ ସାହାରପଡା ବ୍ଲକ ଅଞ୍ଚଳ ପାଇଁ ଏକ ୱେବ୍ ଚ୍ୟାନେଲର ପ୍ରତିନିଧି ଭାବରେ କାର୍ଯ୍ୟ କରୁଥିଲେ। ଦୁଇଦିନ ତଳେ ସେ ଥଣ୍ଡାରେ ପୀଡ଼ିତ ଥିଲେ । ହଠାତ ଅସୁସ୍ଥ ହେବାରୁ ପରିବାର ଲୋକେ ତାଙ୍କୁ କରଞ୍ଜିଆ ମେଡିକାଲରେ ଭର୍ତ୍ତି କରିଥିଲେ।ସେଠାରେ ତାଙ୍କର ମୃତ୍ୟୁ ଘଟିଛି ।
ତିନି ସାମ୍ବାଦିକଙ୍କ ବିୟୋଗରେ ଶୋକବ୍ୟକ୍ତ କରିଛନ୍ତି ରାଜ୍ୟ ସରକାରଙ୍କ ଗଣମାଧ୍ୟମ ଉପଦେଷ୍ଟା ମାନସ ମଙ୍ଗରାଜ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼