Masthead

ଟଳିଲେ ୩ ନକ୍ସଲ

ମାଲକାନଗିରି (ବଡ଼ ଖବର ବ୍ୟୁରୋ): ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ସୁକୁମାରେ ଏନକାଉଣ୍ଟର । ଏନକାଉଣ୍ଟରରେ ୩ ମାଓବାଦୀ ନିପାତ । ଚିନ୍ତାଗୁଫା ଜଙ୍ଗଲରେ ପୋଲିସ-ମାଓବାଦୀ ଗୁଳି ବିନିମୟ । ସୁରକ୍ଷାକର୍ମୀଙ୍କ ପକ୍ଷରୁ ସର୍ଚ୍ଚ ଅପରେସନ ଜାରି । ମୃତକଙ୍କ ମଧ୍ୟରେ ହାର୍ଡକୋର ମାଓବାଦୀ ଥିବା ନେଇ ସୂଚନା ମିଳିଥିବା ବେଳେ ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ ହୋଇଛି । ସର୍ଚ୍ଚ ଅପରେସନ୍ ଜାରି ରହିଛି। ସୂଚନା ଅନୁଯାୟୀ, ଛତିଶଗଡ଼ ଚିନ୍ତାଗୁମ୍ଫା ଜଙ୍ଗଲରେ ମାଓବାଦୀମାନେ ମେଳି କରୁଥିଲେ ସୂଚନା ମିଳିଥିଲା। ଯାହା ସଂପର୍କରେ ଗୁଇନ୍ଦା ସୂଚନା ପାଇଥିଲା ସୁରକ୍ଷାକର୍ମୀ ।

ଏହାପରେ ସୁରକ୍ଷାକର୍ମୀ, ଡିଆର୍‌ଜି, ସିଆର୍‌ପିଏଫ୍ ଯବାନଙ୍କ ପକ୍ଷରୁ ଆରମ୍ଭ ହୋଇଥିଲା ଅପେରସେନ । ସୁରକ୍ଷାକର୍ମୀ ପୂରା ଅଞ୍ଚଳକୁ ଘେରିଥିବା ଦେଖି ମାଓବାଦୀମାନେ ଗୁଳିଚାଳନା କରିଥିଲେ । ପ୍ରାୟ ଦୁଇ ଘଣ୍ଟାରୁ ଅଧିକ ସମୟ ଧରି ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ଜାରି ହୋଇଥିଲା । ଏପିରିକି ମାଓବାଦୀମାନେ ଘଟଣାସ୍ଥଳରୁ ଚମ୍ପଟ ମାରିଥିଲେ। ପରେ ଯବାନଙ୍କ ପକ୍ଷରୁ ପୂରା ଅଞ୍ଚଳରେ ଆରମ୍ଭ ହୋଇଥିଲା ସର୍ଚ୍ଚ ଅପରେସନ । ଯେଉଁଥିରେ ସୁରକ୍ଷାକର୍ମୀଙ୍କୁ ତିନି ଜଣ ମାଓବାଦୀଙ୍କ ମୃତଦେହ ମିଳିଥିବା ବେଳେ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ମିଳିଛି । ତିନୋଟି ବନ୍ଧୁକ ମଧ୍ୟ ଘଟଣାସ୍ଥଳରୁ ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ