Masthead

ନୂଆ କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ ନେବେ ବିକ୍ରମ, ସାରଦା ଓ ସୁଦାମ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସବୁ କଳ୍ପନା ଜଳ୍ପନାର ହେଲା ଅନ୍ତ । ଆଜି ଶପଥ ନେବେ ୩ ମନ୍ତ୍ରୀ । ବିକ୍ରମ କେଶରୀ ଆରୁଖ, ଶାରଦା ନାୟକ ଓ ସୁଦାମ ମାରାଣ୍ଡି ମନ୍ତ୍ରୀ ଭାବେ ଶପଥ ନେବେ । ଏହି ୩ନେତାଙ୍କୁ ମିଳିବ କ୍ୟାବିନେଟ୍ ପାହ୍ୟା । ଲୋକସେବା ଭବନରେ ଆୟୋଜିତ ହେବ ଶପଥ ଗ୍ରହଣ ଉତ୍ସବ । ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ନୂତନ ମନ୍ତ୍ରୀଙ୍କୁ ଶପଥପାଠ କରାଇବେ । ସକାଳ ୯ଟା ୫୦ରେ ଆୟୋଜିତ ହେବ ଶପଥ ଗ୍ରହଣ ଉତ୍ସବ । ଶପଥପାଠ କରାଇବେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ । ସପ୍ତାହେ ତଳେ ମନ୍ତ୍ରିମଣ୍ଡଳରୁ ଇସ୍ତଫା ଦେଇଥିଲେ ସମୀର ଦାଶ ଓ ଶ୍ରୀକାନ୍ତ ସାହୁ। ବାଚସ୍ପତି ବିକ୍ରମ କେଶରୀ ଆରୁଖ ମଧ୍ୟ ପଦ ଛାଡ଼ିଥିଲେ।

ସେହିପରି ସ୍ୱାଗତ ନବକିଶୋର ଦାସଙ୍କ ଦେହାନ୍ତ ପରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ପାଖରେ ସ୍ବାସ୍ଥ୍ୟ ବିଭାଗ ରହିଥିବା ବେଳେ ରାଜସ୍ବ ମନ୍ତ୍ରୀ ପ୍ରମିଳା ମଲ୍ଲିକଙ୍କୁ ଗଣଶିକ୍ଷା ଓ ଶ୍ରମ ବିଭାଗର ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ସେପଟେ ବିକ୍ରମ କେଶରୀ ଆରୁଖ, ଶାରଦା ନାୟକ ଓ ସୁଦାମ ମାରାଣ୍ଡିଙ୍କୁ କେଉଁ ବିଭାଗ ମିଳିବ ଜଣାପଡି ନାହିଁ । ତେବେ ବାଚସ୍ପତି କିଏ ହେବ ତାହା ମଧ୍ୟ ସ୍ପଷ୍ଟ ହୋଇ ନାହିଁ । ୧୧ ମାସ ତଳେ ମନ୍ତ୍ରୀମଣ୍ଡଳରେ ବିଭାଗ ଅଦଳବଦଳ ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟି-୨୦ ବିଶ୍ୱକପ, ମୁହାଁମୁହିଁ ହେବେ ଭାରତ ଓ ଇଂଲଣ୍ଡ 🔴 ରାଜ୍ୟସଭା ପାଇଁ ଆଜି ନାମାଙ୍କନ 🔴 ଓଡ଼ିଶା ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ 🔴 ମୋଜତାବା ଖାମେନି ଇରାନର ସର୍ବୋଚ୍ଚ ନେତା 🔴 ଇରାନ-ଆମେରିକା ମହାଯୁଦ୍ଧ, ମୃତ୍ୟୁ ସଂଖ୍ୟା ୧୦୦୦ ଅତିକ୍ରମ 🔴 ଦିଲ୍ଲୀପ ହେଲେ ପ୍ରାର୍ଥୀ, ନବୀନଙ୍କୁ ପଡିବ ମହଙ୍ଗା 🔴 ଆଜି ରଙ୍ଗର ପର୍ବ ହୋଲି 🔴 ଯୁଦ୍ଧରେ ଆୟାତୁଲ୍ଲା ଖାମେନେଇଙ୍କ ପତ୍ନୀଙ୍କ ମୃତ୍ୟୁ 🔴 ଆଜି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ 🔴 ରାଜ୍ୟସଭା ନିର୍ବାଚନ, ମୁଖ୍ୟମନ୍ତ୍ରୀ ଡାକିଲେ ବଡ଼ ବୈଠକ 🔴 ଟି-୨୦ ବିଶ୍ୱକପ, ମୁହାଁମୁହିଁ ହେବେ ଭାରତ ଓ ଇଂଲଣ୍ଡ 🔴 ରାଜ୍ୟସଭା ପାଇଁ ଆଜି ନାମାଙ୍କନ 🔴 ଓଡ଼ିଶା ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ 🔴 ମୋଜତାବା ଖାମେନି ଇରାନର ସର୍ବୋଚ୍ଚ ନେତା 🔴 ଇରାନ-ଆମେରିକା ମହାଯୁଦ୍ଧ, ମୃତ୍ୟୁ ସଂଖ୍ୟା ୧୦୦୦ ଅତିକ୍ରମ 🔴 ଦିଲ୍ଲୀପ ହେଲେ ପ୍ରାର୍ଥୀ, ନବୀନଙ୍କୁ ପଡିବ ମହଙ୍ଗା 🔴 ଆଜି ରଙ୍ଗର ପର୍ବ ହୋଲି 🔴 ଯୁଦ୍ଧରେ ଆୟାତୁଲ୍ଲା ଖାମେନେଇଙ୍କ ପତ୍ନୀଙ୍କ ମୃତ୍ୟୁ 🔴 ଆଜି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ 🔴 ରାଜ୍ୟସଭା ନିର୍ବାଚନ, ମୁଖ୍ୟମନ୍ତ୍ରୀ ଡାକିଲେ ବଡ଼ ବୈଠକ