ଶ୍ଵାସରୁଦ୍ଧ ହୋଇ ପାଇଖାନା ଟାଙ୍କିରେ ଗଲା ୩ ପ୍ରାଣ

 ରାୟଗଡ଼ା(ବଡ଼ ଖବର ବ୍ୟୁରୋ): ରାୟଗଡ଼ା ଜିଲ୍ଲା ଟିକିରି ଥାନା ଅନ୍ତର୍ଗତ ପଞ୍ଚାଳି ଗ୍ରାମରେ ଅଭାବନୀୟ ଘଟଣା। ନିର୍ମାଣଧୀନ ପାଇଖାନା ଟାଙ୍କିରେ ଶ୍ଵାସରୁଦ୍ଧ ହୋଇ ୩ଜଣଙ୍କ ମୃତ୍ୟୁ। ଜଣେ ଗୁରୁତର ଅବସ୍ଥାରେ ଟିକିରି ସ୍ବାସ୍ଥକେନ୍ଦ୍ରରେ ଚିକିତ୍ସିତ ହେଉଛନ୍ତି। ମୃତ ବ୍ୟକ୍ତି ଗୋବିନ୍ଦ କୁମ୍ଭାର ଏବଂ ସୀମା ମାଝି ହୋଇଥିବା ବେଳେ ଅନ୍ୟ ଜଣଙ୍କର ପରିଚୟ ମିଳିପାରି ନାହିଁ। ପଞ୍ଚାଳି ଗ୍ରାମର ଜଣେ ବ୍ୟକ୍ତିଙ୍କ ଘରେ ନୂଆ ପାଇଖାନା ଟାଙ୍କି ନିର୍ମାଣ କରିଆସୁଥିଲେ । ଆଜି ସ୍ଲାବ ଫଲସ ଛଡ଼ାଇବା କାମ ଚାଲୁରହିଥିଲା ।

ଅପରାହ୍ନ ପ୍ରାୟ ୩ ଟା ପରେ କୌଣସି ପ୍ରକାର ଭିତରେ କାମ କରୁଥିବା ଉକ୍ତ ୩ଜଣ ବହୁ ସମୟ ଧରି ଟାଙ୍କି ମଧ୍ୟରୁ ଆଉ ଉପରକୁ ଆସୁ ନଥିବା ଦେଖି ୪ର୍ଥ ବ୍ୟକ୍ତି ପଞ୍ଚାଳି ଗ୍ରାମର ରାଜା ରାଓ ଟାଙ୍କି ଭିତରକୁ ଯିବା ପାଇଁ ଚଷ୍ଟା କରିଥିଲେ। କିନ୍ତୁ ଅମ୍ଳଜାନ ଅଭାବ ଫଳରେ ଅଚେତ ହୋଇପଡିଥିଲେ। କାଶୀପୁର ଦମକଳ ବାହିନୀ ଆସି ୪ ଜଣଙ୍କୁ ଉଦ୍ଧାର କରିବା ପରେ  ଟିକିରି ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା। ତେବେ ଡାକ୍ତର ସେଠାରେ ୩ଜଣଙ୍କୁ ମୃତ ଘୋଷଣା କରିଥିବା ବେଳେ ଜଣଙ୍କର ସ୍ଵାସ୍ଥ୍ୟବସ୍ଥା ସଙ୍କଟାପନ୍ନ ଅଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’