Masthead

ରାଜଧାନୀରେ ୩ ଜଣଙ୍କୁ ଗୋଡାଇ ହାଣିଲେ ଦୁର୍ବୃତ୍ତ

ଭୁବନେଶ୍ବର (ବଡ଼ ଖବର ବ୍ୟୁରୋ): ରାଜଧାନୀରେ ଆତଙ୍କ । ଦିନ ଦ୍ବିପ୍ରହରରେ ୩ ଜଣଙ୍କୁ ଗୋଡାଇ ହାଣିଲେ ଦୁର୍ବୃତ୍ତ। ଦିନ ଦ୍ବିପ୍ରହରେ ରାଜଧାନୀରେ ଖେଳାଇ ଦେଲେ ଦୁର୍ବୃତ୍ତମାନେ ଆତଙ୍କ । ମାଷ୍ଟରକ୍ୟାଣ୍ଟିନ ଛକରେ ୩ଜଣଙ୍କୁ ଗୋଡାଇ ଗୋଡାଇ ହାଣିଲେ ।

ପ୍ରତ୍ୟକ୍ଷଦର୍ଶୀଙ୍କ ଠାରୁ ପ୍ରକାଶ, ପ୍ରାୟ ୧୨ ଜଣ ଦୁର୍ବୃତ୍ତ ହାତରେ ବିଭିନ୍ନ ପ୍ରକାର ମାରଣାସ୍ତ୍ର ଥିଲା । ସେମାନେ ମାଷ୍ଟରକ୍ୟାଣ୍ଟିନ ଛକରେ ପହଞ୍ଚି ସ୍ଥାନୀୟ କିଛି ବ୍ୟକ୍ତିଙ୍କୁ ଗୋଡାଇ ଗୋଡାଇ ଆକ୍ରମଣ କରିଥିଲେ। କେହି କିଛି ବୁଛିବା ଆଗରୁ ଘଟଣାସ୍ଥଳରୁ ଦୁର୍ବୃତ୍ତମାନେ ଫରାର ହୋଇ ଯାଇଥିଲେ । ଦୁର୍ବୃତ୍ତଙ୍କ ଆକ୍ରମଣରେ ଶିକାର ହୋଇଥିବା ୩ ଜଣଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି । ୩ ଆହତଙ୍କ ଅବସ୍ଥା ଗୁରୁତର ରହିଥିବା ସୂଚନା ମିଳିଛି । ଏହି ଘଟଣାର କାରଣ ଜଣା ପଡିନଥିବା ବେଳେ ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ