Masthead

ପୁରୀରେ ଅଘଟଣ, ଶରଧାବାଲିରେ ଚାଲିଗଲା ୩ ଭକ୍ତଙ୍କ ଜୀବନ

ପୁରୀ (ବଡ଼ ଖବର ବ୍ୟୁରୋ):  ସକାଳୁ ସକାଳୁ ପୁରୀରେ ବଡ଼ ଅଘଟଣ। ଶରଧାବାଲିରେ ଚାଲିଗଲା ୩ ଭକ୍ତଙ୍କ ଜୀବନ। ଆଜି ଭୋର ୪ ଟା ୫୦ରେ ଏହି ଘଟଣା ଘଟିଥିବା ସୂଚନା ମିଳିଛି। ଘଟଣାସ୍ଥଳରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ହସ୍ପିଟାଲରେ ପ୍ରାଣ ହରାଇଛନ୍ତି। ଏନେଇ ସୂଚନା ଦେଇଛନ୍ତି ପୁରୀ ହସ୍ପିଟାଲ ଅଧୀକ୍ଷକ ଡାକ୍ତର ପବିତ୍ର ମୋହନ ମଲ୍ଲିକ। କାଳିକା ଦର୍ଶନ କରିବାକୁ ଆସି ଠେଲାପେଲାରେ ୩ ଭକ୍ତଙ୍କ ମୃତ୍ୟୁ ହୋଇଛି। ୩ଜଣଙ୍କ ମୃତ୍ୟୁ ହେବା ସହ ୫୦ ଆହତ ହୋଇଛନ୍ତି। ତେବେ ଏହି ବଡ଼ ଅଘଟଣର ଅସଲ କାରଣ ସାମ୍ନାକୁ ଆସିଛି। ପ୍ରତକ୍ଷଦର୍ଶୀଙ୍କ କହିବାନୁସାରେ ପୁରୀ ଶରଧାବାଲିରେ ଠେଲାପେଲାବେଳେ ପୋଲିସ ନ ଥିଲେ। ଭିଡ଼ ନିୟନ୍ତ୍ରଣ ପାଇଁ ବ୍ୟବସ୍ଥା ନ ଥିଲା। ଏହି ସମୟରେ ଭକ୍ତଙ୍କ ଭିଡ଼ ଭିତରେ ୨ଟି ଟ୍ରକ ପଶିଥିଲା।

ଟ୍ରକ ପଶିବା ଯୋଗୁ ଠେଲାପେଲା ହୋଇଥିଲା। ପ୍ରଶାସନିକ ଢ଼ିଲା ବ୍ୟବସ୍ଥାକୁ ଦାୟୀ କରୁଛନ୍ତି ଶ୍ରଦ୍ଧାଳୁ। ପ୍ରଶାସନିକ ଅଧିକାରୀ ନଥିବା ଅଭିଯୋଗ କରୁଛନ୍ତି । ଲକ୍ଷ ଲକ୍ଷ ଭକ୍ତଙ୍କ ସମାଗମବେଳେ ପ୍ରଶାସନିକ ଅଧିକାରୀ ନ ଥିବା ଅଭିଯୋଗ। ଶ୍ରଦ୍ଧାଳୁ ବସିବା ପାଇଁ ଯେଉଁ ପଲିଥିନ ବ୍ୟବହାର କରିଥିଲେ କାଳ ହେଲା। ଝିପି ଝିପି ବର୍ଷା ହେବାରୁ ପଲିଥିନରେ ଗୋଡ଼ ଖସିଗଲା। ଜଣଙ୍କ ପରେ ଜଣେ କଚାଡ଼ି ହୋଇ ପଡ଼ିବାରୁ ଅଘଟଣ। ସୂଚନାଥାଉ କି, ରଥ ସମ୍ମୁଖରେ ଅଘଟଣ ଘଟିଥିବା ସୂଚନା ମିଳିଛି। ଭୋରରୁ ଏପରି ବଡ଼ ଅଘଟଣ ଘଟିଛି। ତେବେ ଭୋର ୪ଟା ୨୦ରେ ଅଘଟଣ ଘଟିଥିବା ସୂଚନା ମିଳିଛି। ଦର୍ଶନ ପାଇଁ ଅତ୍ୟଧିକ ଭିଡ଼ ଯୋଗୁ ଏପରି ଘଟଣା ହୋଇଛି। ପ୍ରତ୍ୟକ୍ଷଦର୍ଶୀଙ୍କ ଅନୁସାରେ ଠେଲାପେଲାରେ ପ୍ରାୟ ୫୦ ଜଣ ଆହତ ହୋଇଛନ୍ତି। ଭକ୍ତଙ୍କ ଭିଡ଼ ଭିତରେ ଚାର କାଠ ବୋଝେଇ ଟ୍ରକ ପଶିଥିଲା। ଯାହାପରେ ଠେଲାପେଲାରେ ଏପରି ସ୍ଥିତି ହୋଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା