Masthead

ଶରଧାବାଲିରେ ୩ ରଥ

ପୁରୀ (ବଡ଼ ଖବର ବ୍ୟୁରୋ): ଶରଧାବାଲିରେ ପହଞ୍ଚିଲା ୩ ରଥ । ତାଳଧ୍ୱଜ, ଦର୍ପଦଳନ ପରେ ପହଞ୍ଚିଲା ନନ୍ଦିଘୋଷ । ଘଣ୍ଟ, ହୁଳହୁଳି, ହରିବୋଲରେ ପ୍ରକମ୍ପିତ ହେଲା ଶରଧାବାଲି । ଦିନ ୧୧ଟା ୧୭ ରେ ପହଞ୍ଚିଲା ତାଳଧ୍ୱଜ ରଥ । ୧୨ଟା ୧୬ରେ ପହଞ୍ଚିଲା ଦର୍ପଦଳନ ରଥ । ୧ଟା ୮ମିନିଟ୍‌ରେ ପହଞ୍ଚିଲା କାଳିଆର ନନ୍ଦିଘୋଷ ରଥ । ମହାବାହୁଙ୍କ ଦର୍ଶନ ପାଇଁ ଶରଧାବାଲିରେ ଭକ୍ତଙ୍କ ସମାଗମ । ଗତକାଲି ରଥଟଣାରେ ବିଳମ୍ବ ଯୋଗୁଁ ଅଧାରେ ଅଟକିଥିଲା ନନ୍ଦିଘୋଷ, ତାଳଧ୍ବଜ ଓ ଦର୍ପଦଳନ ରଥ । ଆଜି ସକାଳ ସାଢ଼େ ୯ଟାରେ ପୁଣି ରଥ ଟାଣିଥିଲେ ଲକ୍ଷାଧିକ ଶ୍ରଦ୍ଧାଳୁ । ସେପଟେ ସରକାରଙ୍କ ସମସ୍ତ ପ୍ରସ୍ତୁତି ପରେ ବି ରଥଟଣାରେ ହୋଇଥିବା ଅବ୍ୟବସ୍ଥା ଘଟଣା ଶ୍ରୀଜଗନ୍ନାଥ ପ୍ରେମୀଙ୍କୁ ଭୀଷଣ ଅସନ୍ତୁଷ୍ଟ କରିଥିଲା ।

ଝିପିଝିପି ବର୍ଷା ସତ୍ତ୍ବେ ବି ସାରାରାତି ତିନି ଠାକୁରଙ୍କୁ ଦର୍ଶନ କରିଥିଲେ ଶ୍ରଦ୍ଧାଳୁ । ଶୁକ୍ରବାର ବଡ଼ଦାଣ୍ଡରେ ନନ୍ଦିଘୋଷ ରଥ ଅଟକି ରହିଥିବାବେଳେ ଶନିବାର ସକାଳେ ଗଡ଼ିଥିଲା ମହାବାହୁଙ୍କ ରଥ। ଘଣ୍ଟ, ହୁଳହୁଳିରେ ବଡ଼ଦାଣ୍ଡ ପ୍ରକମ୍ପିତ ହୋଇପଡ଼ିଥିଲା।  ଶ୍ରୀଗୁଣ୍ଡିଚାରେ ମହାବାହୁଙ୍କ ରଥ ଅଳ୍ପ ଗଡ଼ି ଅଟକି ରହିଥିଲା। ରାତି ହୋଇଯାଇଥିବାରୁ ରଥଟଣା ବନ୍ଦ କରାଯାଇଥିଲା। ଅନ୍ୟପଟେ ମହାବାହୁଙ୍କ ରଥ ବିଳମ୍ବରେ ଗଡ଼ିବା ନେଇ ପ୍ରତିକ୍ରିୟା ଦେଇଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ କହିଛନ୍ତି, ପୂର୍ବ ବର୍ଷ ଅପେକ୍ଷା ଚଳିତବର୍ଷ ଅଧିକ ଭକ୍ତଙ୍କ ସମାଗମ ହୋଇଛି। ଯେଉଁ କାରଣରୁ କର୍ଡନ ଭିତରକୁ ଭକ୍ତମାନେ ପଶିଆସିଥିଳେ। ସେମାନଙ୍କୁ ବାହାର କରାଯିବା ପରେ ରଥ ଟଣାଗଲା।

ଶୁକ୍ରବାର ମହାପ୍ରଭୁଙ୍କ ପବିତ୍ର ଘୋଷଯାତ୍ରା ଅଘଟଣଶୂନ୍ୟ ଭାବେ ଅନୁଷ୍ଠିତ ହୋଇଛି ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀ କହିଛନ୍ତି। ଶ୍ରୀଗୁଣ୍ଡିଚା ଯାତ୍ରା ସମ୍ପର୍କିତ ସମସ୍ତ ନୀତିକାନ୍ତି ଠିକଣା ସମୟରେ ସମାପନ ପାଇଁ ସମସ୍ତ ସେବକ ନିଯୋଗ, ଶ୍ରୀମନ୍ଦିର ପ୍ରଶାସନ, ଜିଲା ପ୍ରଶାସନ ଏବଂ ପୋଲିସ ପ୍ରଶାସନର ସମସ୍ତ କର୍ମଚାରୀ, ସରକାରଙ୍କ ବିଭିନ୍ନ ଅନୁଷ୍ଠାନ, ଗଣମାଧ୍ୟମ ଅନୁଷ୍ଠାନ ଏବଂ ଲକ୍ଷାଧିକ ଭକ୍ତଙ୍କୁ ମୁଖ୍ୟ ପ୍ରଶାସକ କୃତଜ୍ଞତା ତଥା ଆନ୍ତରିକ ଧନ୍ୟବାଦ ଜ୍ଞାପନ କରିଛନ୍ତି।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି