Masthead

ଅନନ୍ତନାଗରେ ଏନକାଉଣ୍ଟର, ୩ ବରିଷ୍ଠ ଅଧିକାରୀ ସହିଦ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଜମ୍ମୁକାଶ୍ମୀର ଅନନ୍ତନାଗରେ ଏନକାଉଣ୍ଟର । ୩ ବରିଷ୍ଠ ଅଧିକାରୀ ସହିଦ । ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା । ଏଥିରେ ଭାରତୀୟ ସେନାର ଜଣେ କର୍ଣ୍ଣେଲ, ଜଣେ ମେଜର ଓ ଜମ୍ମୁକାଶ୍ମୀର ପୋଲିସର ଜଣେ ଡିଏସପି ସହିଦ ହୋଇଛନ୍ତି । କିଛି ଯବାନ, ପୋଲିସ କର୍ମଚାରୀ ମଧ୍ୟ ଆହତ ହୋଇଛନ୍ତି । ଏବେ ବି ଘଟଣା ସ୍ଥଳରେ ଗୁଳି ବିନିମୟ ଜାରି ରହିଛି । ଅନନ୍ତନାଗର କୋକେରନାଗ ଅଞ୍ଚଳରେ କିଛି ଆତଙ୍କୀ ଲୁଚି ଥିବା ବେଳେ ସର୍ଚ୍ଚ ଅପରେସନ ଆରମ୍ଭ ହୋଇଥିଲା । ସେନା ଓ ପୋଲିସ୍‌ ପକ୍ଷରୁ ମିଳିତ ଭାବେ ଅପରେସନ କରାଯାଇଥିଲା ।

ସର୍ଚ୍ଚ ଅପରେସନ ବେଳେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା । ଏଥିରେ ଆର୍ମିର ରାଜସ୍ଥାନ ରାଇଫଲ୍ସ ୟୁନିଟର କମାଣ୍ଡିଂ ଅଫିସର ମନପ୍ରୀତ ସିଂହ, କମ୍ପାନୀ କମାଣ୍ଡର ଆଶିଷ ଧୋନଚାକ ଓ ଜମ୍ମୁ-କଶ୍ମୀର ପୁଲିସ୍‌ର ଡିଏସ୍‌ପି ହ୍ୟୁମାନ୍ୟୁ ସହିଦ ହୋଇଛନ୍ତି । ଏବେ ବି ସର୍ଚ୍ଚ ଅପରେସନ ସହ ଗୁଳି ବିନିମୟ ଜାରି ରହିଛି । ଘଟଣା ସ୍ଥଳକୁ ଅଧିକ ସଂଖ୍ୟକ ସୁରକ୍ଷାକର୍ମୀଙ୍କୁ ପଠାଯାଇଛି । ଲେଫ୍ଟନାଣ୍ଟ ଜେନେରାଲ ରାଜୀବ ଘାଇ, ଆର୍ମିର ୧୫ କ୍ରପ୍ସ କମାଣ୍ଡର ଓ ଜମ୍ମୁ-କଶ୍ମୀର ପୋଲିସ୍‌ର ଡିଜି ଦିଲବାଗ ସିଂହଙ୍କ ବହୁ ବରିଷ୍ଠ ଅଧିକାରୀ ଏନକାଉଣ୍ଟର ସ୍ଥଳକୁ ଯାଇଛନ୍ତି । ସେପଟେ ରଜୌରୀରେ ଯବାନଙ୍କ ଗୁଳିରେ ୨ ଆତଙ୍କବାଦୀ ନିହତ ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର 🔴 ୧୩ରେ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର 🔴 ୧୩ରେ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’