Before Header

କାଳବୈଶାଖୀ, ଘଡ଼ଘଡ଼ି ସହ କୁଆପଥର ବର୍ଷା ସମ୍ଭାବନା

0 39

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଜାରି ରହିଛି କାଳବୈଶାଖୀ । ଆଜି ବି କାଳବୈାଖୀ ପ୍ରଭାବରେ ରାଜ୍ୟରେ କିଛି ସ୍ଥାନରେ ଘଡ଼ଘଡ଼ି ସହ କୁଆପଥର ବର୍ଷା ସମ୍ଭାବନା ରହିଛି । ୭ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରାଯିବା ସହ ଜିଲ୍ଲାପାଳମାନଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ଏସ୍ଆରସି । ୨୯ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗି ରହିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । କଟକ, ଯାଜପୁର, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, ବୌଦ୍ଧ, କଳାହାଣ୍ଡିକୁ ସତର୍କତା ଜାରି କରାଯାଇଛି ।

ଘଣ୍ଟା ପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବ । ସେପଟେ ଆସନ୍ତାକାଲି ରାଜ୍ୟରେ ସକ୍ରିୟ ହେବ ଆଉ ଏକ ପଶ୍ଚିମା ଝଡ଼ । ଯାହାର ପ୍ରଭାବରେ ୨୭ ତାରିଖରୁ ବର୍ଷା ବଢିବ । ୨୭ ତାରିଖରେ ୨୦ ଜିଲ୍ଲାକୁ କାଳବୈଶାଖୀ ସତର୍କତା ଜାରି ହୋଇଥିବାବେଳେ ୫ ଜିଲ୍ଲାରେ କୁଆପଥର ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି । କାଳବୈଶାଖୀ ସମୟରେ ଘରୁ ନବାହାରିବାକୁ ପରାମର୍ଶ ଦିଆଯାଇଛି ।

Leave A Reply

Your email address will not be published.