Masthead

ମଧ୍ୟରାତ୍ରିରେ ନିର୍ଧୂମ ଛେଚିଲା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ କାଳବୈଶାଖୀର ତାଣ୍ଡବ । ଗତକାଲି ବିଳମ୍ବିତ ରାତିରେ ଏହି କାଳବୈଶାଖୀ ବର୍ଷା ଟ୍ୱିନ୍ ସିଟିକୁ ଅସ୍ତବ୍ୟସ୍ତ କରିଦେଇଛି । ହଠାତ କିଛି ସମୟ ପାଇଁ ଘଡଘଡ଼ି ବିଜୁ ସହ ପ୍ରବଳ ବର୍ଷା ହୋଇଥିଲା। ଏମିତିକି ଜୋରରେ ପବନ ବହିଥିଲା।ଫଳରେ ବିଦ୍ୟୁତ୍ କାଟ ହେବା ସାଙ୍ଗକୁ ରାସ୍ତାରେ କିଛି ସମୟ ପାଇଁ ଗାଡିମୋଟର ଚଳାଚଳରେ ବାଧା ଉପୁଜିଥିଲା। କାଳବୈଶାଖୀ ପ୍ରଭାବରେ ରାଜଧାନୀରେ ଭାରି ବର୍ଷା ହୋଇଛି। ଭୁବନେଶ୍ୱରରେ ୭୬.୮ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ଚଳିତ ବର୍ଷ ଏହା ରାଜଧାନୀ ଭୁବନେଶ୍ୱରରେ ପ୍ରଥମ ଭାରି ବର୍ଷା ବୋଲି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ତାଙ୍କ ଏକ୍ସରେ ଉଲ୍ଲେଖ କରିଛନ୍ତି।

ଉପକୂଳ ଓଡ଼ିଶାର ଅନ୍ୟ କିଛି ସ୍ଥାନରେ ମଧ୍ୟ ଗତକାଲି ବର୍ଷା ହୋଇଛି। ପାରାଦ୍ୱୀପରେ ୫୧.୪ମିମି ବର୍ଷା ରେକର୍ଡ କରାଯାଇଥିବା ବେଳେ ପୁରୀରେ ୩୭.୮, ବାଲେଶ୍ୱରରେ ୩୫ ଏବଂ ଚାନ୍ଦବାଲିରେ ୩୨ ମିମି ବର୍ଷା ରେକର୍ଡ ହୋଇଛି। ଅନ୍ୟପକ୍ଷରେ ଆସନ୍ତା ୧୫ ତାରିଖ ଯାଏଁ ଝଡ଼ବର୍ଷା ନେଇ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଆଜି ପାଇଁ ୪ ଜିଲ୍ଲା- ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଯାଜପୁରରେ ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡ଼ି ନେଇ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ବାକି ୧୫ ଜିଲ୍ଲାରେ ୩୦ରୁ ୫୦ କିମି ବେଗରେ ପବନ ସହ ବିଜୁଳି ଘଡ଼ଘଡ଼ି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ହେଲେ ୧୭ ତାରିଖ ବେଳକୁ ପୁଣି ରାଜ୍ୟକୁ ତାତି ଫେରିବ । ମେ’ ୧୭ରୁ ୨୩ ତାରିଖ ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ ଦିନ ତାପମାତ୍ରାରେ ବୃଦ୍ଧି ସାଙ୍ଗକୁ ତାତି ଫେରିବା ସମ୍ଭାବନା ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ