Masthead

ଆସୁଛି ଝଡ଼ବର୍ଷା, ଦୁଇ ଦିନ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କାଲିଠୁ ଦୁଇ ଦିନ ରାଜ୍ୟରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି । ପରେ ୩୧ ତାରିଖରେ ସୃଷ୍ଟି ହେବ ଆଉ ଏକ ଶକ୍ତିଶାଳୀ ପଶ୍ଚିମା ଝଡ । ଯାହାର ପ୍ରଭାବ ଏପ୍ରିଲ ୨ ପର୍ଯ୍ୟନ୍ତ ଉପକୂଳ ଓ ଉତର ଓଡ଼ିଶାରେ ପଡ଼ିପାରେ । ୨୮ ତାରିଖ ବେଳକୁ କାଳବୈଶାଖୀ ପ୍ରଭାବ ସାମାନ୍ୟ କମିବ । ଆଗାମୀ ୪ ଦିନ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା । ଆସନ୍ତା ୨୪ ଘଣ୍ଟା ପାଇଁ ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ବିଜୁଳି, ଘଡଘଡି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।

ଏନେଇ ସୂଚନା ଦେଇଛି ଭୁବନେଶ୍ୱର ପାଣିପାଗ ବିଭାଗ । ବର୍ଷା ପାଇଁ ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ଚିଠି ଲେଖିଛନ୍ତି ଏସଆରସି ।୨୬ ତାରିଖରେ ଦକ୍ଷିଣ ଉପକୂଳ ଓଡ଼ିଶାର ଗଂଜାମ, ଗଜପତି, ଖୋର୍ଦ୍ଧା, ନୟାଗଡ଼ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ଏହାସହ ପୁରୀ ସମେତ ପାର୍ଶ୍ୱବର୍ତ୍ତୀ ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ଥିବା ପାଣିପାଗ ବିଭାଗ ସୂଚନା ଦେଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ