ଆସୁଛି ଝଡ଼ବର୍ଷା, ଦୁଇ ଦିନ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କାଲିଠୁ ଦୁଇ ଦିନ ରାଜ୍ୟରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି । ପରେ ୩୧ ତାରିଖରେ ସୃଷ୍ଟି ହେବ ଆଉ ଏକ ଶକ୍ତିଶାଳୀ ପଶ୍ଚିମା ଝଡ । ଯାହାର ପ୍ରଭାବ ଏପ୍ରିଲ ୨ ପର୍ଯ୍ୟନ୍ତ ଉପକୂଳ ଓ ଉତର ଓଡ଼ିଶାରେ ପଡ଼ିପାରେ । ୨୮ ତାରିଖ ବେଳକୁ କାଳବୈଶାଖୀ ପ୍ରଭାବ ସାମାନ୍ୟ କମିବ । ଆଗାମୀ ୪ ଦିନ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା । ଆସନ୍ତା ୨୪ ଘଣ୍ଟା ପାଇଁ ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ବିଜୁଳି, ଘଡଘଡି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।

ଏନେଇ ସୂଚନା ଦେଇଛି ଭୁବନେଶ୍ୱର ପାଣିପାଗ ବିଭାଗ । ବର୍ଷା ପାଇଁ ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ଚିଠି ଲେଖିଛନ୍ତି ଏସଆରସି ।୨୬ ତାରିଖରେ ଦକ୍ଷିଣ ଉପକୂଳ ଓଡ଼ିଶାର ଗଂଜାମ, ଗଜପତି, ଖୋର୍ଦ୍ଧା, ନୟାଗଡ଼ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ଏହାସହ ପୁରୀ ସମେତ ପାର୍ଶ୍ୱବର୍ତ୍ତୀ ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ଥିବା ପାଣିପାଗ ବିଭାଗ ସୂଚନା ଦେଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ