Masthead

ରାଜ୍ୟର ବିଭିନ୍ନ ସ୍ଥାନରେ ତାଣ୍ଡବ ରଚିଲା କାଳବୈଶାଖୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ କାଳବୈଶାଖର ତାଣ୍ଡବ । ରାଜ୍ୟର ବିଭିନ୍ନ ସ୍ଥାନରେ ଗତକାଲି ତାଣ୍ଡବ ରଚିଛି କାଳବୈଶାଖୀ । କେଉଁଠି ବଜ୍ରପାତ ହୋଇଛି ତ ଆଉ କେଉଁଠି କୁଆପଥର ମାଡ଼ରେ ଉଜୁଡ଼ିଯାଇଛି ଧାନ ଫସଲ ସହ ପରିବା ଚାଷ । ସୁବର୍ଣ୍ଣପୁର ବିନିକା ଅଞ୍ଚଳରେ ପ୍ରବଳ ବର୍ଷା ସାଙ୍ଗକୁ କୁଆପଥର ମାଡ଼ ହୋଇଛି । ବିନିକା ବ୍ଲକର ଏକାଧିକ ଅଞ୍ଚଳରେ ଘଡଘଡି ସହ ତୁହାକୁ ତୁହା ବର୍ଷା ହୋଇଛି । ଗତକାଲି ରାଉରକେଲା ସହରରେ ବଜ୍ରପାତରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବାବେଳେ ଅନ୍ୟ ଜଣଙ୍କ ଅବସ୍ଥା ଗୁରୁତର ରହିଛି ।

ଅନ୍ୟପଟେ ୨୬ ତାରିଖଠାରୁ ପୁଣିଥରେ ତାତି ଉପରମୁହାଁ ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି । ମାର୍ଚ୍ଚ ଶେଷ ବେଳକୁ ତାପମାତ୍ରା ୪୦ ଡିଗ୍ରୀ ଛୁଇଁବା ସମ୍ଭାବନା ରହିଛି । ଆଗାମୀ ୩ ଦିନ ମଧ୍ୟରେ ତାପମାତ୍ରା ୮ରୁ ୧୦ ଡିଗ୍ରୀ ବୃଦ୍ଧି ସମ୍ଭାବନା ଥିବା କୁହାଯାଇଛି । କାଳବୈଶାଖୀ ଯୋଗୁ ଖସିଥିବା ତାପମାତ୍ରା ପୁଣି ଉପରକୁ ଉଠିବ । ଫଳରେ ରାଜ୍ୟକୁ ପୁଣି ଗ୍ରୀଷ୍ମ ପ୍ରବାହ ଫେରିବ ବୋଲି ଆକଳନ କରିଛି ପାଣିପାଗ ବିଭାଗ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’