Masthead

ବର୍ଷା ଘଡ଼ଘଡ଼ି ସହ ଝଡ଼ ତୋଫାନ, ୧୦ ଜିଲ୍ଲାକୁ ସତର୍କ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):  ବର୍ଷା ଘଡ଼ଘଡ଼ି ସହ ଝଡ଼ ତୋଫାନ । ୧୦ ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ । ଆଗାମୀ ୩ ଘଣ୍ଟା ପର୍ଯ୍ୟନ୍ତ ୧୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି  । ସତର୍କ ରହିବାକୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, କଟକ, ଯାଜପୁର, ମୟୂରଭଞ୍ଜ ଓ ନୂଆପଡ଼ା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ । ଏହିସବୁ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଆଗାମୀ ୩ ଘଣ୍ଟା ମଧ୍ୟରେ ବର୍ଷା ଓ ଘଡ଼ଘଡ଼ି ଘଡ଼ଘଡ଼ି ସହ ଝଟକା ପବନ  ୩୦-୪୦ କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।

ଆସନ୍ତାକାଲି ଅର୍ଥାତ୍ ଅଗଷ୍ଟ ୯ ରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା. ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର , ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ହେବାର ସମ୍ଭାବନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ