Masthead

୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବର୍ତ୍ତମାନ ରାଜ୍ୟରେ ବିଶେଷ ବର୍ଷା ସମ୍ଭାବନା ନାହିଁ । ଆସନ୍ତା ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣ ବର୍ଷା ହୋଇପାରେ । ମାତ୍ର ବଡ଼ ବର୍ଷା କିମ୍ବା ବିସ୍ତୃତ ଅଞ୍ଚଳ ଭିଜିବା ସମ୍ଭାବନା ନାହିଁ । ଉତ୍ତର ଓଡ଼ିଶାର କିଛି ଜାଗାରେ ଘଡ଼ଘଡ଼ି ସହ ୩୦-୪୦ କିମି ବେଗରେ ପବନ ଆଶଙ୍କା ନେଇ ସତର୍କ ସୂଚନା ଜାରି କରାଯାଇଛି । ଭୁବନେଶ୍ୱର ପାଣିପାଗ କେନ୍ଦ୍ର ଅନୁସାରେ ବର୍ତ୍ତମାନ ବର୍ଷା ପ୍ରକୋପ କମ୍‌ ରହିବ ।

ତେବେ ୨୪ରୁ ବର୍ଷା ପରିମାଣ ସାମାନ୍ୟ ବଢ଼ିବା ସହ ରାଜ୍ୟର ଅନେକ ସ୍ଥାନରେ ବର୍ଷା ହୋଇପାରେ । ଏପରିକି ଉତ୍ତର ଓଡ଼ିଶାର କିଛି ଜିଲ୍ଲାର ସ୍ଥାନେ ସ୍ଥାନେ ୨୪ରୁ ପ୍ରବଳ ବର୍ଷା ଆଶଙ୍କା ଅଛି । ସେପଟେ ଆସନ୍ତା ୨୭ ରେ ରାଜ୍ୟରେ ପୁଣି ଏକ ଲଘୁଚାପ ସୃଷ୍ଟି ହୋଇପାରେ । ଏହା ପ୍ରଭାବରେ ୨୬ରୁ ୨ ତାରିଖ ଯାଏ ଓଡ଼ିଶାର ବିସ୍ତୃତ ଅଞ୍ଚଳରେ ଅଧିକ ବର୍ଷା ସମ୍ଭାବନା ଅଛି । ଯାହାକୁ ନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ ।

ଆଇଏମ୍‌ଡି ସୂଚନା ଅନୁଯାୟୀ ଦେଶର ଉତ୍ତର ପୂର୍ବ, ଝାଡ଼ଖଣ୍ଡ ଓ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଥିବା ସ୍ପଷ୍ଟ ଚିହ୍ନିତ ଲଘୁଚାପ ଆସନ୍ତା ଦୁଇ ଦିନରେ ଦୁର୍ବଳ ହୋଇଯିବ । ତେବେ ୧୯ରୁ ୨୨ ତାରିଖ ଯାଏ ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ୨୫ ତାରିଖ ଯାଏ ଅଧିକାଂଶ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଅଛି । ୪୦ରୁ ୫୦ କିମି ବେଗରେ ପବନ ବି ବହିପାରେ । ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପୂର୍ବାନୁମାନ ଅନୁସାରେ, ୨୦ ତାରିଖରେ ସୁନ୍ଦରଗଡ଼ ଓ ଝାରସୁଗୁଡ଼ାରେ ବର୍ଷା ହୋଇପାରେ । ୨୧ ଓ ୨୨ ତାରିଖରେ ମୟୂରଭଞ୍ଜ ଓ କେନ୍ଦୁଝରରେ ଅଧିକ ବର୍ଷା ସମ୍ଭାବନା ଅଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ