ଦୁଇଦିନ ରାଜ୍ୟରେ ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଦୁଇଦିନ ରାଜ୍ୟର ଅଳ୍ପ କେତେକ ସ୍ଥାନରେ ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ବିଶେଷ କରି ଦକ୍ଷିଣ ଓଡ଼ିଶାର ସ୍ଥାନେ ସ୍ଥାନେ ବର୍ଷା ହେବା ସମ୍ଭାବନା ରହିଛି । ରବିବାର କୋରାପୁଟ ଜିଲ୍ଲାର ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ହେବ ।  ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରିର ଅଳ୍ପ କେତେକ ଜାଗାରେ ବର୍ଷା ହୋଇପାରେ ।

ଉପକୂଳ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନ ସହ ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ ଓ ବୌଦ୍ଧରେ ସ୍ଥାନେ ସ୍ଥାନେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଅଛି । ୧୪ ତାରିଖରୁ କାଁ ଭାଁ ବର୍ଷା ହୋଇପାରେ । ଆସନ୍ତା ୬ଦିନ ଭିତରେ ପାଗରେ ବିଶେଷ ପରିବର୍ତ୍ତନ ସମ୍ଭାବନା ନାହିଁ । ବର୍ତ୍ତମାନ ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ପ୍ରତ୍ୟାବର୍ତ୍ତନ ପାଇଁ ପାଗ ଅନୁକୂଳ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!