Masthead

କାଳବୈଶାଖୀ ପ୍ରଭାବରେ ଝଡ଼ ବର୍ଷା ସମ୍ଭାବନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଆସନ୍ତା ସପ୍ତାହ ଯାଏ ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ଝଡ଼ ବର୍ଷା ହୋଇପାରେ । ବିଭିନ୍ନ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । କୁଆପଥର ସହ ବର୍ଷା ଓ ବିଜୁଳି, ଘଡ଼ଘଡ଼ି ହୋଇପାରେ । ୩୦ରୁ ୫୦ କିମି ବେଗରେ ପବନ ବି ବହିପାରେ । ଏଭଳି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ  । ଚଳିତ ସପ୍ତାହରେ ଦକ୍ଷିଣ ଗାଙ୍ଗେୟ ପଶ୍ଚିମବଙ୍ଗ ଓ ସଂଲଗ୍ନ ଉତ୍ତର ଓଡ଼ିଶା ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ଅଛି । ସେହିଭଳି ଏପ୍ରିଲ ପହିଲା ଯାଏ ଓଡ଼ିଶାରେ ରାତି ତାପମାତ୍ରା ସ୍ୱାଭାବିକଠାରୁ ୧.୬ ଡିଗ୍ରୀରୁ ୩ ଡିଗ୍ରୀ ଯାଏ ଅଧିକ ରହିବାର ସମ୍ଭାବନା ଅଛି । କିନ୍ତୁ ୨ରୁ ୮ ତାରିଖ ଭିତରେ ଦିନ ତାପମାତ୍ରା ବଢ଼ିପାରେ ।

ଆଭ୍ୟନ୍ତରୀଣ ଓଡ଼ିଶା ଓ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ଦିନ ତାପମାତ୍ରା ସ୍ୱାଭାବିକଠାରୁ ୩ରୁ ୫ ଡିଗ୍ରୀ ଅଧିକ ରହିପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ଗୁରୁବାର ରାଜଧାନୀ ସମେତ ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ଭୀଷଣ ଝଡ଼ ବର୍ଷା ହୋଇଛି । ଶୁକ୍ରବାର ଉତ୍ତର ଓଡ଼ିଶାର ବିଭିନ୍ନ ସ୍ଥାନରେ କୁଆପଥର ବର୍ଷା ସହିତ ବିଜୁଳି ଓ ଘଡ଼ଘଡ଼ି ହୋଇପାରେ । ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ସୁନ୍ଦରଗଡ଼ରେ ଝଡ଼ ବର୍ଷା ଆଶଙ୍କା ଅଛି । ୪୦ରୁ ୫୦ କିମି ବେଗରେ ପବନ ବହିବାର ଆଶଙ୍କା ଅଛି । ଉପକୂଳ ଓଡ଼ିଶାର ବହୁ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ଶନିବାର ମୟୂରଭଞ୍ଜ ଓ ବାଲେଶ୍ୱରରେ ଘଡ଼ଘଡ଼ି ଓ ବର୍ଷା ହୋଇପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ସାଳନ୍ଦୀ ପାଇଁ ସତର୍କ ରହିବାକୁ ପଡ଼ିବ’ 🔴 ଲଗାଣ ବର୍ଷାରେ ଧୋଇ ଗଲା ପୋଲ 🔴 କୃଷି ବିଭାଗର ଚଢ଼ାଉ, ୧୯୦ ବସ୍ତା ସାର ଜବତ 🔴 ଶେଷ ହେଲା ଲୋକସଭାର ମୌସୁମୀ ଅଧିବେଶନ 🔴 ପ୍ରିନ୍ସିପାଲଙ୍କୁ ଲୁଟିଲେ ସାଇବର ଠକ 🔴 ଓଡ଼ିଶାକୁ ରେଡ୍‌ ୱାର୍ଣ୍ଣିଂ ଜାରି 🔴 ଶ୍ରେଣୀ ଭିତରେ ପଶି ଛାତ୍ରର ଆଙ୍ଗୁଠି ଛିଣ୍ଡାଇ ନେଲା ବୁଲା କୁକୁର 🔴 କାଠଗଡ଼ାରେ ଡ଼ିଜିପି ଚୟନ, ଆଶା ବାନ୍ଧି ବସିଛନ୍ତି ଆଇପିଏସ୍ 🔴 ରାଜ୍ୟ କ୍ୟାବିନେଟର ବଡ ବୈଠକ, ଆସିପାରେ ନୂଆ ନିଷ୍ପତ୍ତି 🔴 ଶ୍ରୀମନ୍ଦିରରେ ଚିତାଲାଗି ନୀତି, ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ 🔴 ‘ସାଳନ୍ଦୀ ପାଇଁ ସତର୍କ ରହିବାକୁ ପଡ଼ିବ’ 🔴 ଲଗାଣ ବର୍ଷାରେ ଧୋଇ ଗଲା ପୋଲ 🔴 କୃଷି ବିଭାଗର ଚଢ଼ାଉ, ୧୯୦ ବସ୍ତା ସାର ଜବତ 🔴 ଶେଷ ହେଲା ଲୋକସଭାର ମୌସୁମୀ ଅଧିବେଶନ 🔴 ପ୍ରିନ୍ସିପାଲଙ୍କୁ ଲୁଟିଲେ ସାଇବର ଠକ 🔴 ଓଡ଼ିଶାକୁ ରେଡ୍‌ ୱାର୍ଣ୍ଣିଂ ଜାରି 🔴 ଶ୍ରେଣୀ ଭିତରେ ପଶି ଛାତ୍ରର ଆଙ୍ଗୁଠି ଛିଣ୍ଡାଇ ନେଲା ବୁଲା କୁକୁର 🔴 କାଠଗଡ଼ାରେ ଡ଼ିଜିପି ଚୟନ, ଆଶା ବାନ୍ଧି ବସିଛନ୍ତି ଆଇପିଏସ୍ 🔴 ରାଜ୍ୟ କ୍ୟାବିନେଟର ବଡ ବୈଠକ, ଆସିପାରେ ନୂଆ ନିଷ୍ପତ୍ତି 🔴 ଶ୍ରୀମନ୍ଦିରରେ ଚିତାଲାଗି ନୀତି, ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ