Masthead

‘ଦୁଇରୁ ତିନି ଦିନ ମଧ୍ୟରେ ବାକି ଆସନ ପାଇଁ ଟିକେଟ ଘୋଷଣା’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସାଧାରଣ ନିର୍ବାଚନ ପାଇଁ ରାଜ୍ୟ ରାଜନୀତି ପାଣିପାଗରେ ଉଷ୍ନତା ଦେଖାଯାଇଛି। ଆସନ୍ତା ମାସ ୧୩ ତାରିଖରେ ରାଜ୍ୟରେ ପ୍ରଥମ ପର୍ଯ୍ୟାୟରେ ୪ଟି ଲୋକସଭା କ୍ଷେତ୍ର ଓ ୨୮ଟି ବିଧାନସଭା ନିର୍ବାଚନମଣ୍ଡିଳିରେ ମତଦାନ ହେବ। ଭୋଟ୍‌ଦାନ ତାରିଖ ଯେତିକି ପାଖେଇ ଆସୁଛି ରାଜନୈତିକ ଦଳ, ନେତା ଓ କର୍ମୀଙ୍କ ମଧ୍ୟରେ ସେତିକି ଚିନ୍ତା ପଶୁଛି। ରାଜ୍ୟର ୧୪୭ରୁ ବିଜେଡି ୧୨୬, ବିଜେପି ୧୩୧ ଓ କଂଗ୍ରେସ ୧୨୫ଟି ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା କରିଛି।

ସେପଟେ ଖୁବଶୀଘ୍ର ଘୋଷଣା ହେବ ବିଜେପି ଅବଶିଷ୍ଟ ବିଧାନସଭା ପ୍ରାର୍ଥୀ ତାଲିକା ବୋଲି ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ପ୍ରଭାରୀ ବିଜୟପାଲ ସିଂ ତୋମାର । ଭୁବନେଶ୍ୱରେ ପହଞ୍ଚିବା ପରେ ପ୍ରତିକ୍ରିୟା ଦେଇ ତୋମାର କହିଛନ୍ତି ଦୁଇରୁ ତିନି ଦିନ ମଧ୍ୟରେ ବାକି ଥିବା ଆସନ ପାଇଁ ଟିକେଟ ଘୋଷଣା ହେବ । ଆଉ ବିଜେପିରେ ବହୁ ବଡ଼ ବଡ ନେତା ସାମିଲ ହେବେ । ତେବେ ଏଥର ସାରା ଦେଶରେ ମୋଦୀ ଲହର ଅଛି, ତେଣୁ ଏଥର ବିଜେପି ରାଜ୍ୟର ୨୧ ଲୋକସଭା ଆସନରୁ ୧୬ରୁ ଅଧିକ ବିଜୟୀ ହେବ ବୋଲି କହିଛନ୍ତି ତୋମାର । ବିଜେପି ସମସ୍ତ ଲୋକସଭା ଏବଂ ୧୩୧ ବିଧାନସଭା ପାଇଁ ଟିକେଟ ଘୋଷଣା କରିସାରିଥିବା ବେଳେ ବାକି ୧୬ ବିଧାନସଭା ଆସନରେ ପ୍ରାର୍ଥୀ ତାଲିକା ଘୋଷଣା ହୋଇନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟେଲିଗ୍ରାମ ଉପରେ ସରକାରୀ ବ୍ୟାନ ବଜାୟ ରଖିଲେ ହାଇକୋର୍ଟ 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ? 🔴 ଟେଲିଗ୍ରାମ ଉପରେ ସରକାରୀ ବ୍ୟାନ ବଜାୟ ରଖିଲେ ହାଇକୋର୍ଟ 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ?