Masthead

କଟିଲା ୫ ବିଧାୟକଙ୍କ ଟିକେଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଧାନସଭା ନିର୍ବାଚନ ପାଇଁ ବିଜେଡି ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି । ଷଷ୍ଠ ପର୍ଯ୍ୟାୟରେ ବିଜେଡି ୯ଟି ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରିଛି । ଚିଲିକାରୁ ରଘୁନାଥ ସାହୁ, ଆନନ୍ଦପୁରରୁ ଅଭିମନ୍ୟୁ ସେଠୀ, ସାରସକଣା ଦେବାଶିଷ ମାରାଣ୍ଡି, କରଞ୍ଜିଆରୁ ବାସନ୍ତୀ ହେମ୍ବ୍ରମ, ରେମୁଣାରୁ ବିଦ୍ୟାସ୍ମିତା ମହାଳିକ, ସିମୁଳିଆରୁ ଶୁଭାସିନୀ ସାହୁ, ବଡଚଣାରୁ ବର୍ଷା ପ୍ରିୟଦର୍ଶିନୀ, କେନ୍ଦ୍ରାପଡାରୁ ଗଣେଶ୍ୱର ବେହେରା, ଚମ୍ପୁଆରୁ ସନାତନ ମହାକୁଡଙ୍କୁ ପ୍ରାର୍ଥୀ କରିଛି ଦଳ ।

ତେବେ ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ଘୋଷଣାରେ ୫ ବିଧାୟକଙ୍କ ଟିକେଟ କଟିଛି । ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀଙ୍କ ଟିକେଟ କଟିଛି । ସେହିପରି ସିମୁଳିଆ ବିଧାୟକ ଜ୍ୟୋତି ପାଣିଗ୍ରାହୀଙ୍କ ଟିକେଟ କଟିଲା ଦଳ । ବଡ଼ଚଣାର ବରିଷ୍ଠ ବିଧାୟକ ଅମର ଶତପଥୀଙ୍କ ଟିକେଟ କଟିବା ସହିତ କେନ୍ଦ୍ରାପଡ଼ା ବିଧାୟକ ଶଶି ବେହେରାଙ୍କୁ ଟିକେଟ ମିଳିଲାନି । ଚମ୍ପୁଆ ବିଧାୟକ ମିନାକ୍ଷୀ ମହାନ୍ତଙ୍କୁ ବି ଟିକେଟ ଦେଲାନି ଦଳ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି