Masthead

ସାର୍ତ୍ତୃଲରେ ବାଘ ଆତଙ୍କ

କୋଟଗଡ଼(ବଡ଼ ଖବର ବ୍ୟୁରୋ): କନ୍ଧମାଳ ଜିଲ୍ଲା କୋଟଗଡ଼ ବ୍ଲକର ସାର୍ତ୍ତୃଲ ଗ୍ରାମରେ ବାଘର ଆତଙ୍କ । ସେହି ଗ୍ରାମରେ କିଛି ଦିନ ହେଲାଣି ଏକ ବାଘ ଆତଙ୍କ ଖେଳାଉଛି । ପ୍ରତିଦିନ ଦୁଇ ତିନିଟି ଗାଈ-ବଳଦ, ଛେଳି ମାରି ଖାଇ ଦେଉଥିବା ଗ୍ରାମବାସୀ ସୂଚନା ଦେଇଛନ୍ତି । କିଛି ଦିନ ହେବ ସାର୍ତ୍ତୃଲ ସମେତ ଆଖ ପାଖ ଗାଁର ଲୋକ ସନ୍ଧ୍ୟା ହେଲେ ଭୟରେ ଘରୁ ବାହାରି ପାରୁନାହାନ୍ତି । ଗ୍ରାମବାସୀ ନିତ୍ୟ ବ୍ୟବହାରିକ ସାମଗ୍ରୀ ହଉ ବା ସରକାରୀ କାଯ୍ୟକ୍ରମ ପାଇଁ ହଉ କୋଟଗଡ଼ ଉପରେ ନିର୍ଭର କରିଥାନ୍ତି । ଯାହାକି ସେହି ଜଙ୍ଗଲ ରାସ୍ତା ଦେଇ ଯିବା ଆସିବା କରିଥାନ୍ତି । ଏହା ଅଞ୍ଚଳବାସୀଙ୍କ ମନରେ ଭୟ ସୃଷ୍ଟି କରୁଛି । ଗ୍ରାମବାସୀ ବନ ବିଭାଗକୁ ଲିଖିତ ଅଭିଯୋଗ ଦେଇଛନ୍ତି । ଗ୍ରାମବାସୀଙ୍କ ଅଭିଯୋଗ ପାଇବା ପରେ ବନ ବିଭାଗର ଏକ ଦଳ ଘଟଣାର ତଦନ୍ତ ପାଇଁ ସାର୍ତ୍ତୃଲ ଯାଇଛନ୍ତି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା