ନୂଆବର୍ଷ ପୂର୍ବରୁ କଡ଼ାକଡ଼ି ଚେକିଂ, ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପୋଲିସର ଯାଞ୍ଚ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ନୂଆ ବର୍ଷ ପୂର୍ବରୁ ସାବାଡ ହେବେ ମଦୁଆ ଏଥିପାଇଁ ଜୋରଦାର ହେଉଛି ଚେକିଂ । ରାଜଧାନୀରେ ବ୍ଲକିଂ ଓ ଚେକିଂକୁ କଡ଼ାକଡ଼ି କରିଛି କମିଶନରେଟ ପୋଲିସ । ବଡ଼ଗଡ଼, ଲକ୍ଷ୍ମୀ ସାଗର, ଚନ୍ଦ୍ରଶେଖରପୁର, ଇନଫୋସିଟି, ଖଣ୍ଡଗିରି, ନୟାପଲ୍ଲୀ ପୁଲିସ ସହରର ପ୍ରମୁଖ ଛକରେ ସାରା ରାତି ବ୍ଲକିଂ ଓ ଚେକିଂ କରିଛି କମିଶନରେଟ ପୁଲିସ୍‌। ଯାନବାହନ ଯାଞ୍ଚ କରିବା ସହ ଚାଳକ ନିଶାସକ୍ତ ଅବସ୍ଥାରେ ଅଛନ୍ତି କି ନାହିଁ ବ୍ରେଥ୍ ଆନାଲାଇଜର୍ ସାହାଯ୍ୟରେ ତାହାର ବି ଯାଞ୍ଚ ହୋଇଛି। ଜିରୋ ନାଇଟରେ ମଧ୍ୟ ଫୁଲ୍ ଟାଇଟ୍ ଚେକିଂ କରାଯିବ ବୋଲି ସୂଚନା ଦିଆଯାଇଛି ।

ତେଣୁ ମଦ ପିଇ ଗାଡ଼ି ନ ଚଲାଇବାକୁ ଚେତାବନୀ ଦେଇଛି ପୋଲିସ। ସନ୍ଧ୍ୟା ୭ଟାରୁ ରାତି ୨ଟା ଯାଏଁ ଭୁବନେଶ୍ୱରର ଛକ ଛକରେ ଚେକିଂ କଡ଼ାକଡ଼ି କରିବ କମିଶନରେଟ୍ ପୁଲିସ।ସେଥିପାଇଁ ଭୁବନେଶ୍ୱରର ୨୯ଟି ସମ୍ବେଦନଶୀଳ ଛକରେ ପୁଲିସ ବ୍ଲକିଂ କରିବା ସହ, ଅସାମାଜିକ କାର୍ଯ୍ୟକଳାପ ଓ ମଦୁଆ ଗାଡ଼ି ଚାଳକଙ୍କୁ ସାବାଡ଼ କରାଯିବ ବୋଲି ଆଗରୁ ସୂଚନା ଦେଇଥିଲା। ମାଷ୍ଟର କ୍ୟାଣ୍ଟିନ, କଳ୍ପନା, ଖଣ୍ଡଗିରି ରସୁଲଗଡ଼ ଆଦି ସହରର ପ୍ରବେଶ ଓ ପ୍ରସ୍ଥାନ ପଥରେ ଗାଡ଼ି ଗୁଡିକୁ ସ୍କାନିଂ କରାଯିବ। ୪ ଅତିରିକ୍ତ ଡିସିପିଙ୍କ ସହ ୭ ଏସିପି, ୨୪ ଇନସପେକ୍ଟର, ୮୭ ସବଇନ୍ସପେକ୍ଟରଙ୍କ ସହ ୧୪ ପ୍ଲାଟୁନ ଫୋର୍ସ ମୁତୟନ ହେବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ