Masthead

ନୂଆବର୍ଷ ପୂର୍ବରୁ କଡ଼ାକଡ଼ି ଚେକିଂ, ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପୋଲିସର ଯାଞ୍ଚ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ନୂଆ ବର୍ଷ ପୂର୍ବରୁ ସାବାଡ ହେବେ ମଦୁଆ ଏଥିପାଇଁ ଜୋରଦାର ହେଉଛି ଚେକିଂ । ରାଜଧାନୀରେ ବ୍ଲକିଂ ଓ ଚେକିଂକୁ କଡ଼ାକଡ଼ି କରିଛି କମିଶନରେଟ ପୋଲିସ । ବଡ଼ଗଡ଼, ଲକ୍ଷ୍ମୀ ସାଗର, ଚନ୍ଦ୍ରଶେଖରପୁର, ଇନଫୋସିଟି, ଖଣ୍ଡଗିରି, ନୟାପଲ୍ଲୀ ପୁଲିସ ସହରର ପ୍ରମୁଖ ଛକରେ ସାରା ରାତି ବ୍ଲକିଂ ଓ ଚେକିଂ କରିଛି କମିଶନରେଟ ପୁଲିସ୍‌। ଯାନବାହନ ଯାଞ୍ଚ କରିବା ସହ ଚାଳକ ନିଶାସକ୍ତ ଅବସ୍ଥାରେ ଅଛନ୍ତି କି ନାହିଁ ବ୍ରେଥ୍ ଆନାଲାଇଜର୍ ସାହାଯ୍ୟରେ ତାହାର ବି ଯାଞ୍ଚ ହୋଇଛି। ଜିରୋ ନାଇଟରେ ମଧ୍ୟ ଫୁଲ୍ ଟାଇଟ୍ ଚେକିଂ କରାଯିବ ବୋଲି ସୂଚନା ଦିଆଯାଇଛି ।

ତେଣୁ ମଦ ପିଇ ଗାଡ଼ି ନ ଚଲାଇବାକୁ ଚେତାବନୀ ଦେଇଛି ପୋଲିସ। ସନ୍ଧ୍ୟା ୭ଟାରୁ ରାତି ୨ଟା ଯାଏଁ ଭୁବନେଶ୍ୱରର ଛକ ଛକରେ ଚେକିଂ କଡ଼ାକଡ଼ି କରିବ କମିଶନରେଟ୍ ପୁଲିସ।ସେଥିପାଇଁ ଭୁବନେଶ୍ୱରର ୨୯ଟି ସମ୍ବେଦନଶୀଳ ଛକରେ ପୁଲିସ ବ୍ଲକିଂ କରିବା ସହ, ଅସାମାଜିକ କାର୍ଯ୍ୟକଳାପ ଓ ମଦୁଆ ଗାଡ଼ି ଚାଳକଙ୍କୁ ସାବାଡ଼ କରାଯିବ ବୋଲି ଆଗରୁ ସୂଚନା ଦେଇଥିଲା। ମାଷ୍ଟର କ୍ୟାଣ୍ଟିନ, କଳ୍ପନା, ଖଣ୍ଡଗିରି ରସୁଲଗଡ଼ ଆଦି ସହରର ପ୍ରବେଶ ଓ ପ୍ରସ୍ଥାନ ପଥରେ ଗାଡ଼ି ଗୁଡିକୁ ସ୍କାନିଂ କରାଯିବ। ୪ ଅତିରିକ୍ତ ଡିସିପିଙ୍କ ସହ ୭ ଏସିପି, ୨୪ ଇନସପେକ୍ଟର, ୮୭ ସବଇନ୍ସପେକ୍ଟରଙ୍କ ସହ ୧୪ ପ୍ଲାଟୁନ ଫୋର୍ସ ମୁତୟନ ହେବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ