ଉତ୍ତରାଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ ହେବେ ତିରଥ ସିଂ ରାୱତ

ଉତ୍ତରାଖଣ୍ଡ(ବଡ଼ ଖବର ବ୍ୟୁରୋ): ଉତ୍ତରାଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ବିଜେପି ସାଂସଦ ତିରଥ ସିଂ ରାୱତ । ୨୦୧୩ ଫେବୃଆରୀ ୯ ତାରିଖରୁ ୨୦୧୫ ଡିସେମ୍ବର ୩୧ ପର୍ଯ୍ୟନ୍ତ ତୀରଥ ସିଂହ ରାୱତ ଉତ୍ତରାଖଣ୍ଡ ‘ବିଜେପି’ର ମୁଖ୍ୟ ଥିଲେ। ୨୦୧୨ ରୁ ୨୦୧୭ ପର୍ଯ୍ୟନ୍ତ, ସେ ଚୌବଟ୍ଟାଖାଲ ନିର୍ବାଚନ ମଣ୍ଡଳୀରୁ ଉତ୍ତରାଖଣ୍ଡ ବିଧାନସଭାର ବିଧାୟକ ଥିଲେ।

ମଙ୍ଗଳବାର ଦିନ ତ୍ରିବେନ୍ଦ୍ର ସିଂ ରାୱତ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ । ରାଜ୍ୟପାଳ ବେବିରାଣୀ ମୌର୍ଯ୍ୟ ତାଙ୍କ ଇସ୍ତଫା ପତ୍ର ଗ୍ରହଣ କରିବା ପରେ ଉତ୍ତରାଖଣ୍ଡର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବ, ସେ ସମ୍ପର୍କରେ ବିଭିନ୍ନ କଳ୍ପନାଜଳ୍ପନା ଚାଲିଥିଲା। ଆଜି ତିରଥଙ୍କୁ ବିଜେପି ବିଧାୟକ ଦଳ ନେତା ଭାବେ ବଛାଯାଇଛି । ତିରଥଙ୍କ ପୂର୍ବରୁ ଧନ ସିଂ ରାୱତ, ସତ୍ୟପାଲ ମହାରାଜ, ଅଜୟ ଭଟ୍ଟ, ରମେଶ ପୋଖରିଆଲଙ୍କ ନାଁ ମୁଖ୍ୟମନ୍ତ୍ରୀ ପଦ ପାଇଁ ଚର୍ଚ୍ଚାକୁ ଆସିଥିଲା । ତେବେ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରି ତିରଥଙ୍କ ନାଁରେ ମୋହର ମାରିଥିଲା ଦଳ । ଯାହାକୁ ବିଜେପି ବିଧାୟକ ସମର୍ଥନ କରିଛନ୍ତି । ବିଜେପି ସାଂସଦ ଥିବା ତିରଥଙ୍କୁ ଦଳ ଏହି ଗୁରୁଦାୟିତ୍ୱ ଦେଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’