Masthead

ଉପନିର୍ବାଚନ ପରେ ବଢୁଛି ନିର୍ବାଚନୀ ହିଂସା

ତିର୍ତ୍ତୋଲ (ବଡ଼ ଖବର ବ୍ୟୁରୋ): ସରିଛି ଉପନିର୍ବାଚନ । କିନ୍ତୁ ଥମୁନି ନିର୍ବାଚନୀ ହିଂସା । ଜଗତସିଂହପୁର ଜିଲ୍ଲା ତିର୍ତ୍ତୋଲ ଥାନା କ୍ରିଷ୍ଣାନନ୍ଦପୁର ଫାଣ୍ଡି ଦାଇଁଲୋ ପଞ୍ଚାୟତରେ ଘଟିଛି ନିର୍ବାଚନ ପରବର୍ତ୍ତୀ ହିଂସାକାଣ୍ଡ। ଦୀପାବଳି ଦିନ ଦୁଇଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ହୋଇଥିବା ବେଳେ ଗତକାଲି ଏହା ଉଗ୍ରରୂପ ନେଇଥିଲା। ଦାଇଁଲୋ ପଞ୍ଚାୟତର ପୂର୍ବତନ ସରପଞ୍ଚ ତଥା ପୂର୍ବତନ ଜିଲ୍ଲା ପରିଷଦ ସଭ୍ୟ କ୍ଷୀରୋଦ କୁମାର ବାରିକଙ୍କ ଇଙ୍ଗିତରେ ପୋସଲ ଗ୍ରାମର କୋଡ଼ିଏରୁ ଊର୍ଦ୍ଧ୍ୱ ଲୋକ ଗତକାଲି ପ୍ରତିପକ୍ଷ ଦୀପକ ସାହୁଙ୍କୁ ଶଙ୍ଖେଶ୍ୱରଠାରେ ଆକ୍ରମଣ କରିଥିଲେ। ସୌଭାଗ୍ୟବସତଃ ଦୀପକ ଆକ୍ରମଣକାରୀଙ୍କ କବଳରୁ ଖସିଯାଇଥିଲେ।

ପ୍ରତିଶୋଧ ପରାୟଣ ହୋଇ ଲୋକମାନେ ହାବେଳି ଗ୍ରାମରେ ଦୀପକଙ୍କ ଘରେ ପଶି ଦୀପକ, ତାଙ୍କ ୫୬ ବର୍ଷୀୟ ମା’ କବିତା ସାହୁ ଓ ସାନଭାଇ ପୁଷ୍ପକଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ। ଆକ୍ରମଣରେ ଦୀପକଙ୍କ ମା’ ଓ ଭାଇ ଗୁରୁତର ଆହତ ହୋଇ ମଣିଜଙ୍ଗା ମେଡିକାଲରେ ଭର୍ତ୍ତି ହୋଇଥିଲେ। ପରେ ସେମାନଙ୍କୁ କଟକ ବଡ଼ ମେଡିକାଲ ସ୍ଥାନାନ୍ତର କରାଯାଇଛି। ଏହି ଘଟଣାରେ କ୍ରିଷ୍ଣାନନ୍ଦପୁର ଫାଣ୍ଡି ପୋଲିସ ପୂର୍ବତନ ଜିଲ୍ଲା ପରିଷଦ ସଦସ୍ୟ ତଥା ଘଟଣାର କାର୍ପଟଦାର କୁହାଯାଉଥିବା କ୍ଷୀରୋଦ କୁମାର ବାରିକ ଓ ପୋସଲ ଗ୍ରାମର ଅରକ୍ଷିତ ଦାସଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିବା ସୂଚନା ମିଳିଛି। ଏହି ମାମଲାରେ ସମ୍ପୃକ୍ତ ପୋସଲ ଗ୍ରାମର ଅନ୍ୟ ୧୮ ଅଭିଯୁକ୍ତ ଫେରାର ଅଛନ୍ତି। ସେପଟେ ଗୁରୁତର ଆହତ ମା’ ପୁଅଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ଜଣାପଡ଼ିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ